ରକ୍ତମୁଖା ହେଲା ଦନ୍ତା: ଶୋଇଥିବାବେଳେ ଘରୁ ଘୋଷାଡି ଆଣି ମହିଳାଙ୍କୁ ଦଳିଦେଲା

ବାରିପଦା,୨୬।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ପୁଣି ଜଣକଙ୍କ ଜୀବନ ନେଇଛି। ରାତିରେ ଘରେ ପଶି ଶୋଇଥିବା ଜଣେ ମହିଳାଙ୍କୁ ଘୋଷାଡି ଆଣି ଘର ବାହାରେ କଚାଡି ମାରିଛି। ମୃତା ମହିଳା ଜଣକ ହେଉଛନ୍ତି ଗ୍ରାମର ସୀତାରାମ ହାଁସଦାଙ୍କ ସ୍ତ୍ରୀ ମାନକା (୩୫)।
ସୂଚନାଯୋଗ୍ୟ, ଗାଁକୁ ବଣୁଆହାତୀ ଅନୁପ୍ରବେଶ କରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଘରୁ ନ ବାହାରିବାକୁ ଡାକବାଜି ଯନ୍ତ୍ରଦ୍ୱାରା ପ୍ରଚାରକରି ଗ୍ରାମବାସୀଙ୍କୁ ସତର୍କ କରାଯାଇଥିଲା l ଗ୍ରାମବାସୀ ନିଜନିଜ ଘରେ ଶୋଇଥିବା ବେଳେ ବେତନଟୀ ରେଞ୍ଜ ଇଲାକାରେ ବିଚରଣ କରୁଥିବା ନରହନ୍ତା ଦନ୍ତା ୧୮ନଂ ଜାତୀୟ ରାଜପଥ ଅତିକ୍ରମ କରି ଭୋର ତିନିଟା ପାଖାପାଖି ସମୟରେ ରାଧିକାଶୋଳ ଗ୍ରାମରେ ପ୍ରବେଶ କରିଥିଲା। ଗ୍ରାମର ତିନି ଚାରିଟି ଘର ଭାଙ୍ଗିବା ସହିତ ଘର ଭିତରେ ଶୋଇଥିବା ମାନକାଙ୍କୁ ଘୋଷାଡି ଆଣି ଘର ଅଗଣାରେ କଚାଡି ଦଳି ଦେଇଥିଲା l ପାଖରେ ଶୋଇଥିବା ସ୍ବାମୀ ସୀତାନାଥ ଅଳ୍ପକେ ବର୍ତ୍ତିଯାଇଥିବାବେଳେ ଗ୍ରାମରେ ଚହଳ ପଡିଯାଇଥିଲା l

ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିବା ବେଳେ ବନବିଭାଗର ଅପାରଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି l ଗୁରୁବାର ସକାଳେ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୂତାର କୁମାର ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦା ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି l

ତେବେ ବାରମ୍ବାର ବନବିଭାଗର ଅବହେଳା ଏବଂ ଅପାରଗତା ପାଇଁ ହାତୀ ଜନବସତି ଭିତରେ ପଶି ଧନଜୀବନ ହାନୀ କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଲାଗିରହିଛି l ନରହନ୍ତା ଦନ୍ତା ଆକ୍ରମଣରେ ବିଗତ ତିନିଦିନରେ ୪ ଜଣଙ୍କ ମୃତ୍ୟୁ ଘଟଣା ବନବିଭାଗ ପାଇଁ ମଧ୍ୟ ଅଡୁଆସ୍ଥିତି ସୃଷ୍ଟି କରିଛି l

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?