
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ମହିଳାଙ୍କ କୋଳରେ ହାତୀ ଶୋଇଥିବା ବେଳେ ମହିଳା ଜଣଙ୍କ ତାଙ୍କୁ ଲୋରୀ ଶୁଣାଉଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Lalla Lalla lori😊 pic.twitter.com/WHGBS0hJA1
— Susanta Nanda IFS (@susantananda3) September 6, 2020