ବାପାଙ୍କ ଚିତ୍କାର ଶୁଣି ଫେରିଗଲା ହାତୀ:ମରଣ ମୁହଁରୁ ବଞ୍ଚିଗଲେ ଝିଅ

ନୀଳଗିରି, ୪।୬(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିର ବ୍ଲକ କୁଲଡ଼ିହା ଅଭୟାରଣ୍ୟ ପାଦଦେଶ କେସିପୁର ପଞ୍ଚାୟତ ଅଧୀନ ଟୁଲୁଙ୍କଡ଼ାବ ଗାଁର ଏକ ନାବାଳିକା ମରଣମୁହଁରୁ ରକ୍ଷା ପାଇଯାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ପଶିଆସିଥିବା ଏକ ହାତୀ ଝିଅଟିକୁ ଦଳି ଦେବାକୁ ଉଦ୍ୟମ କରୁଥିବା ବେଳେ ସେହି ସମୟରେ ତାଙ୍କ ବାପା ପହଞ୍ଚି ଜୋର୍‌ରେ ଚିତ୍କାର କରିଥିଲେ। ହାତୀଟି ଭୟରେ ଜଙ୍ଗଲ ଆଡକୁ ଦୌଡି ପଳାଇଥିଲା। ଆକ୍ରମଣରେ ନାବାଳିକାଙ୍କର ମୁଣ୍ଡ, ମୁହଁ, ପିଠି, ଗୋଡ଼ ଓ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ତୁରନ୍ତ ଝିଅକୁ ସେଠାରୁ ଉଦ୍ଧାର କରି ତାଙ୍କ ବାପା ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ସୋମବାର ସକାଳେ ସତ୍ୟ ପଲେଇଙ୍କ ଦଶମ ଶ୍ରେଣୀରେ ପଢୁଥିବା ଝିଅ ଅନୁସୟା ବାଡ଼ି ପଛପଟକୁ ଶୌଚ ପାଇଁ ଯାଇଥିଲେ। ସେହି ସମୟରେ କୁଲଡ଼ିହା ଅଭୟାରଣ୍ୟରୁ ପଶି ଆସିଥିବା ଗୋଟିଏ ହାତୀ ପଛପଟୁ ଆସି ଆକ୍ରମଣ କରିବାକୁ ପାଇଁ ଗୋଡ଼ାଇଥିଲା। ସେ ପ୍ରାଣ ବିକଳରେ ଦୌଡୁଥିବା ବେଳେ ଏକ ଖାଲୁଆ ସ୍ଥାନରେ ପଡ଼ିଯିବା ପରେ ହାତୀଟି ତା ଉପରେ ଗୋଡ଼ ପକାଇଦେଇଥିଲା। ଝିଅର ଚିକତ୍ାର ଶୁଣି ତାଙ୍କ ବାପା ସେଠାରେ ପହଞ୍ଚତ୍ ଜୋର୍‌ରେ ପାଟି କରିବାରୁ ହାତୀଟି ଜଙ୍ଗଲ ଆଡ଼କୁ ଦୌଡ଼ି ପଳାଇଯାଇଥିଲା। ଫଳରେ ଝିଅଟି ମରଣ ମୁହଁରୁ ବଞ୍ଚିଯାଇଛି। କୁଲଡ଼ିହା ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri