ବୌଦ୍ଧପୀଠ ହାତିଆଶୁଣୀ ରାସ୍ତା ଶୋଚନୀୟ

କାଏମା,୨।୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତିରାଜି କାଏମା ପାହାଡ଼ ଅବସ୍ଥିତ ଓ ଏହାର ପାଦଦେଶରେ ବୌଦ୍ଧକୀର୍ତ୍ତି ସମ୍ପନ୍ନ ହାତିଆଶୁଣୀ ପୂଜା ପାଉଛନ୍ତି। ରାଜ୍ୟ ସଂସ୍କୃତି ବିଭାଗ ଓ ପ୍ରତ୍ନତାତ୍ତ୍ୱିକ ବିଭାଗ ପକ୍ଷରୁ ୨୦୦୪ରେ ଏହାର ପୁନରୁଦ୍ଧାର ସହ ସୁରକ୍ଷା କାର୍ଯ୍ୟ କରାଯାଇଥିଲା। ଏସବୁ ବୌଦ୍ଧ କୀର୍ତ୍ତିରାଜି ନିକଟକୁ ପର୍ଯ୍ୟଟକଙ୍କ ଯାତାୟାତ ପାଇଁ ରାସ୍ତା ନିର୍ମାଣ କରାଯାଇଥିଲା। ଏଠାରେ ୧୪ନମ୍ବର କେନାଲ ବନ୍ଧର ୨ବନ୍ଧ ମଧ୍ୟରୁ ବାମ ପଟ ବନ୍ଧ ଉପରେ ପିଚୁରାସ୍ତା ନିର୍ମାଣ କରାଯାଇଥିଲା। କିନ୍ତୁ ନିମ୍ନମାନର କାମ ପାଇଁ କିଛି ଦିନ ପରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖଣ୍ଡିଆଖାବରା ଓ ଅନେକ ଖାଲ ଆଦି ଦେଖିବାକୁ ମିଳୁଛି। ଏଠାରେ ଅନେକ ସମୟରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଥିଲା। କିନ୍ତୁ ବର୍ତ୍ତମାନର ଖାଲଢିପ ରାସ୍ତା ଦେଖି ପର୍ଯ୍ୟଟକ ଆସିବାକୁ ଇଚ୍ଛାପ୍ରକାଶ କରୁନାହାନ୍ତି। ସେହିପରି ଏହାର ପାର୍ଶ୍ୱରେ ଥିବା ଏକ ଗାଁରେ ୩୦୦ରୁ ଅଧିକ ଲୋକ ବାସବାସ କରୁଛନ୍ତି। ସେମାନଙ୍କର ଏହା ନିତିଦିନିଆ ରାସ୍ତା। ହେଲେ ରାସ୍ତା ଖରାପ ଯୋଗୁ ସେମାନେ ମଧ୍ୟ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛୋଟ ପିଲା ସ୍କୁଲ୍‌ ଯିବା ସମୟରେ ଅନେକ ଥର ଖଣ୍ଡିଆ ଖାବରା ହୋଇ ଘରକୁ ଫେରୁଥିବା ସେମାନଙ୍କ ପରିବାର ଲୋକେ କହିଛନ୍ତି। ଗ୍ରାମବାସୀ ମଧ୍ୟ ଅନେକ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। କିଛି ଦିନ ତଳେ କେନାଲ ବନ୍ଧର ଡାହାଣ ପାର୍ଶ୍ୱ ରାସ୍ତା ପିଚୁ କରାଯାଇଛି। ହେଲେ ବାମ ପାର୍ଶ୍ୱକୁ କାହିଁକି ମରାମତି କରାଯାଉନାହିଁ ବୋଲି ସ୍ଥାନୀୟ ବାସିନ୍ଦା ପ୍ରଶ୍ନ କରିଛନ୍ତି। ତେଣୁ ଶୀଘ୍ର ଏହି ରାସ୍ତାକୁ ମରାମତି କରିବା ପାଇଁ ଗ୍ରାମବାସୀ ପ୍ରଶାସନ ନିକଟରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri