ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ସକାଳେ ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ଶୁଣ୍ଢରେ ଟେକି ନେଇ ବିଲରେ କଚାଡ଼ି ମାରିଦେଇଛି ହାତୀ। ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଣଲୋଇ ପଞ୍ଚାୟତ ମାରୁଢିପ ଗ୍ରାମରେ ସୋମବାର ଘଟିଥିବା ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ପରିବାରରୁ ଜଣଙ୍କୁ ନିଯୁକ୍ତି ଆଦି ଦାବିରେ ଗ୍ରାମବାସୀ ଅଡ଼ିବସିବାରୁ ଦୀର୍ଘସମୟ ପର୍ଯ୍ୟନ୍ତ ମୃତଦେହ ଘଟଣାସ୍ଥଳରେ ପଡ଼ିରହିଥିଲା। ତେବେ ନିୟମାନୁଯାୟୀ କ୍ଷତିପୂରଣ ଓ ମୃତକଙ୍କ ପୁଅଙ୍କୁ ଅସ୍ଥାୟୀ ନିଯୁକ୍ତି ମିଳିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ଉତ୍ତେଜନା ଥମିଥିଲା।
ପ୍ରକାଶ ଯେ, ଛେଣ୍ଡିପଦା ବନାଞ୍ଚଳ ମାରୁଢିପ ଗ୍ରାମର ଦୁର୍ଯ୍ୟୋଧନ ସାହୁ (୪୨) ସକାଳେ ଖନ୍ଦାବନ୍ଧକୁ ଶୌଚ ହେବାକୁ ଯାଇଥିଲେ। ଏହି ସମୟରେ ସେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦୌଡି ପଳାଇବାକୁ ଉଦ୍ୟମ କରିବା ବେଳେ ହାତୀ ତାଙ୍କୁ ଶୁଣ୍ଢରେ ଟେକିନେଇ ବିଲ ମଝିରେ କଚାଡି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁର୍ଯ୍ୟୋଧନଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ଲୋକମାନେ ପାଟି କରିବାରୁ ଦନ୍ତା ହାତୀଟି ନିକଟସ୍ଥ ମାରୁଢିପ ସଂରକ୍ଷିତ ଜଙ୍ଗଲ ଆଡକୁ ପଳାଇଯାଇଥିଲା। ଏହି ଖବର ଜଣାପଡ଼ିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାସ୍ଥଳରେ ଛେଣ୍ଡିପଦା ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ନୀଳମଣି ଦେହୁରୀ, ବାଗଡିଆ ଫାଣ୍ଡି ଅଧିକାରୀ ଆଶିଷ କୁମାର ଦାଶ ପହଞ୍ଚିଥିଲେ ହେଁ ଗ୍ରାମବାସୀ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ି ନ ଥିଲେ। ମୃତକଙ୍କ ପରିବାରରୁ ଜଣଙ୍କୁ ସ୍ଥାୟୀ ନିଯୁକ୍ତି, ଗଁା ଚାରିପଟେ ସୋଲାର ସୁରକ୍ଷା ବାଡ, ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ, ଜଙ୍ଗଲ ପାଶର୍ବବର୍ତ୍ତୀ ଗ୍ରାମକୁ ଆଲୋକୀକରଣ କରାଯିବା ଆଦି ୭ ଦଫା ଦାବି ପୂରଣ ପାଇଁ ଗ୍ରାମବାସୀ ଜିଦ୍ ଧରିଥିଲେ। ପରେ ଏ ନେଇ କଣଲୋଇ ସରପଞ୍ଚ ଜନ୍ମେଜୟ ମାଝି, ଜିଲା ପରିଷଦ ସଦସ୍ୟ ଯଶୋବନ୍ତ ବେହେରା, ମୋତିଲାଲ ମାଝି, ଅନନ୍ତ କୁମାର ମାଝି ପ୍ରମୁଖ ଗ୍ରାମବାସୀ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ମୃତକଙ୍କ ପୁଅକୁ ରେଞ୍ଜ କାର୍ଯ୍ୟାଳୟରେ ଅସ୍ଥାୟୀ ନିଯୁକ୍ତି ଓ ସରକାରୀ ନିୟମାନୁଯାୟୀ କ୍ଷତିପୂରଣ, ସୋଲାର ସୁରକ୍ଷା ବାଡ ୩ ମାସ ମଧ୍ୟରେ ଆରମ୍ଭ କରିବା ପାଇଁ ଜିଲାପାଳଙ୍କୁ ଅବଗତ କରିବା, ଅବହେଳା କରିଥିବା ହାତୀସ୍କ୍ବାଡ୍ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ପ୍ରତିଶ୍ରୁତି ଦିଆଯିବା ପରେ ଅପରାହ୍ନ ୧ଟା ବେଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା।
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…
ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ
କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…
ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ
ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…
ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…
ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…
ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…
ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…
ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍ବୋଧନ
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…
Archives

