ବିଲରେ କଚାଡ଼ି ମାରିଦେଲା ହାତୀ

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ସକାଳେ ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ଶୁଣ୍ଢରେ ଟେକି ନେଇ ବିଲରେ କଚାଡ଼ି ମାରିଦେଇଛି ହାତୀ। ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଣଲୋଇ ପଞ୍ଚାୟତ ମାରୁଢିପ ଗ୍ରାମରେ ସୋମବାର ଘଟିଥିବା ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ପରିବାରରୁ ଜଣଙ୍କୁ ନିଯୁକ୍ତି ଆଦି ଦାବିରେ ଗ୍ରାମବାସୀ ଅଡ଼ିବସିବାରୁ ଦୀର୍ଘସମୟ ପର୍ଯ୍ୟନ୍ତ ମୃତଦେହ ଘଟଣାସ୍ଥଳରେ ପଡ଼ିରହିଥିଲା। ତେବେ ନିୟମାନୁଯାୟୀ କ୍ଷତିପୂରଣ ଓ ମୃତକଙ୍କ ପୁଅଙ୍କୁ ଅସ୍ଥାୟୀ ନିଯୁକ୍ତି ମିଳିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ଉତ୍ତେଜନା ଥମିଥିଲା।
ପ୍ରକାଶ ଯେ, ଛେଣ୍ଡିପଦା ବନାଞ୍ଚଳ ମାରୁଢିପ ଗ୍ରାମର ଦୁର୍ଯ୍ୟୋଧନ ସାହୁ (୪୨) ସକାଳେ ଖନ୍ଦାବନ୍ଧକୁ ଶୌଚ ହେବାକୁ ଯାଇଥିଲେ। ଏହି ସମୟରେ ସେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦୌଡି ପଳାଇବାକୁ ଉଦ୍ୟମ କରିବା ବେଳେ ହାତୀ ତାଙ୍କୁ ଶୁଣ୍ଢରେ ଟେକିନେଇ ବିଲ ମଝିରେ କଚାଡି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁର୍ଯ୍ୟୋଧନଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ଲୋକମାନେ ପାଟି କରିବାରୁ ଦନ୍ତା ହାତୀଟି ନିକଟସ୍ଥ ମାରୁଢିପ ସଂରକ୍ଷିତ ଜଙ୍ଗଲ ଆଡକୁ ପଳାଇଯାଇଥିଲା। ଏହି ଖବର ଜଣାପଡ଼ିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାସ୍ଥଳରେ ଛେଣ୍ଡିପଦା ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ନୀଳମଣି ଦେହୁରୀ, ବାଗଡିଆ ଫାଣ୍ଡି ଅଧିକାରୀ ଆଶିଷ କୁମାର ଦାଶ ପହଞ୍ଚିଥିଲେ ହେଁ ଗ୍ରାମବାସୀ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ି ନ ଥିଲେ। ମୃତକଙ୍କ ପରିବାରରୁ ଜଣଙ୍କୁ ସ୍ଥାୟୀ ନିଯୁକ୍ତି, ଗଁା ଚାରିପଟେ ସୋଲାର ସୁରକ୍ଷା ବାଡ, ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ, ଜଙ୍ଗଲ ପାଶର୍‌ବବର୍ତ୍ତୀ ଗ୍ରାମକୁ ଆଲୋକୀକରଣ କରାଯିବା ଆଦି ୭ ଦଫା ଦାବି ପୂରଣ ପାଇଁ ଗ୍ରାମବାସୀ ଜିଦ୍‌ ଧରିଥିଲେ। ପରେ ଏ ନେଇ କଣଲୋଇ ସରପଞ୍ଚ ଜନ୍ମେଜୟ ମାଝି, ଜିଲା ପରିଷଦ ସଦସ୍ୟ ଯଶୋବନ୍ତ ବେହେରା, ମୋତିଲାଲ ମାଝି, ଅନନ୍ତ କୁମାର ମାଝି ପ୍ରମୁଖ ଗ୍ରାମବାସୀ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ମୃତକଙ୍କ ପୁଅକୁ ରେଞ୍ଜ କାର୍ଯ୍ୟାଳୟରେ ଅସ୍ଥାୟୀ ନିଯୁକ୍ତି ଓ ସରକାରୀ ନିୟମାନୁଯାୟୀ କ୍ଷତିପୂରଣ, ସୋଲାର ସୁରକ୍ଷା ବାଡ ୩ ମାସ ମଧ୍ୟରେ ଆରମ୍ଭ କରିବା ପାଇଁ ଜିଲାପାଳଙ୍କୁ ଅବଗତ କରିବା, ଅବହେଳା କରିଥିବା ହାତୀସ୍କ୍ବାଡ୍‌ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ପ୍ରତିଶ୍ରୁତି ଦିଆଯିବା ପରେ ଅପରାହ୍ନ ୧ଟା ବେଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri