ହାତୀ ନେଲା ୩ ଜୀବନ

ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ ହେଲେ ମୋରଡା ପଳାଶମୁଣ୍ଡୁଳୀ ଗ୍ରାମର ସୁଭଦ୍ରା ରଣା(୬୫) ଓ ଟୁକୁପଳାସିଆର ପ୍ରମିଳା ମହାନ୍ତ(୪୫)। ଗୁରୁତର ଥିବା ଇନ୍ଦ୍ରଜିତ ମହାନ୍ତଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନୁଗୋଳ ଜିଲାର ମୃତ ବ୍ୟକ୍ତି ହେଲେ ଆଠମଲ୍ଲିକ ବ୍ଲକ କମଳପୁର ଗ୍ରାମର ଭାସ୍କର ଭୋକ୍ତା(୬୦)।
ସୂଚନା ଅନୁଯାୟୀ, ରବିବାର ଭୋର ସମୟରେ ପଳାଶମୁଣ୍ଡୁଳୀର ସୁଭଦ୍ରା ଫୁଲ ତୋଳିବାକୁ ଯାଇ ହାତୀ ହାବୁଡରେ ପଡିଥିଲେ। ହାତୀଟି ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରେ ପଶ୍ଚିମବଙ୍ଗ ଆଡକୁ ଯାଉଥିବା ଉକ୍ତ ହାତୀ ଟୁକୁପଳାସିଆ ଗାଁର ପ୍ରମିଳା ଓ ଇନ୍ଦ୍ରଜିତ୍‌ଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରମିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ଖବରପାଇ ବନ କର୍ମଚାରୀମାନେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। ସେହିପରି ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ସଦର ରେଞ୍ଜ କମଳପୁର ଖେସେରା ଜଙ୍ଗଲ ନିକଟ ଚାରିଘରିଆ ନାଳୀ ଜମିରେ ହାତୀ ପଶିଥିବା ଖବରପାଇ ସେଠାକୁ ଯାଇଥିବା ଭାସ୍କର ଭୋକ୍ତାଙ୍କୁ ହାତୀ ଦଳି ଦେଇଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଆଠମଲ୍ଲିକ ଡିଏଫ୍‌ଓ ଆନନ୍ଦ ଏସ୍‌ଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ୍‌ ଗୌରୀଶଙ୍କର ଦାଶ, ରେଞ୍ଜ ଅଫିସର କୈଳାସ ସାହୁ ପୋଲିସ ସହ ପହଞ୍ଚିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଆଠମଲ୍ଲିକ ବିଧାୟକଙ୍କ ପ୍ରତିନିଧି କ୍ଷୀରୋଦ ବଘାରଙ୍କ ଉପସ୍ଥିତିରେ ବନ ବିଭାଗ ପକ୍ଷରୁ ମୃତ ଭାସ୍କରଙ୍କ ସ୍ତ୍ରୀ ଭଗବତୀଙ୍କୁ ୪୦ ହଜାର ଟଙ୍କାର ପ୍ରାଥମିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri