ହାତୀ ନେଲା ୩ ଜୀବନ

ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ ହେଲେ ମୋରଡା ପଳାଶମୁଣ୍ଡୁଳୀ ଗ୍ରାମର ସୁଭଦ୍ରା ରଣା(୬୫) ଓ ଟୁକୁପଳାସିଆର ପ୍ରମିଳା ମହାନ୍ତ(୪୫)। ଗୁରୁତର ଥିବା ଇନ୍ଦ୍ରଜିତ ମହାନ୍ତଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନୁଗୋଳ ଜିଲାର ମୃତ ବ୍ୟକ୍ତି ହେଲେ ଆଠମଲ୍ଲିକ ବ୍ଲକ କମଳପୁର ଗ୍ରାମର ଭାସ୍କର ଭୋକ୍ତା(୬୦)।
ସୂଚନା ଅନୁଯାୟୀ, ରବିବାର ଭୋର ସମୟରେ ପଳାଶମୁଣ୍ଡୁଳୀର ସୁଭଦ୍ରା ଫୁଲ ତୋଳିବାକୁ ଯାଇ ହାତୀ ହାବୁଡରେ ପଡିଥିଲେ। ହାତୀଟି ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରେ ପଶ୍ଚିମବଙ୍ଗ ଆଡକୁ ଯାଉଥିବା ଉକ୍ତ ହାତୀ ଟୁକୁପଳାସିଆ ଗାଁର ପ୍ରମିଳା ଓ ଇନ୍ଦ୍ରଜିତ୍‌ଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରମିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ଖବରପାଇ ବନ କର୍ମଚାରୀମାନେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। ସେହିପରି ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ସଦର ରେଞ୍ଜ କମଳପୁର ଖେସେରା ଜଙ୍ଗଲ ନିକଟ ଚାରିଘରିଆ ନାଳୀ ଜମିରେ ହାତୀ ପଶିଥିବା ଖବରପାଇ ସେଠାକୁ ଯାଇଥିବା ଭାସ୍କର ଭୋକ୍ତାଙ୍କୁ ହାତୀ ଦଳି ଦେଇଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଆଠମଲ୍ଲିକ ଡିଏଫ୍‌ଓ ଆନନ୍ଦ ଏସ୍‌ଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ୍‌ ଗୌରୀଶଙ୍କର ଦାଶ, ରେଞ୍ଜ ଅଫିସର କୈଳାସ ସାହୁ ପୋଲିସ ସହ ପହଞ୍ଚିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଆଠମଲ୍ଲିକ ବିଧାୟକଙ୍କ ପ୍ରତିନିଧି କ୍ଷୀରୋଦ ବଘାରଙ୍କ ଉପସ୍ଥିତିରେ ବନ ବିଭାଗ ପକ୍ଷରୁ ମୃତ ଭାସ୍କରଙ୍କ ସ୍ତ୍ରୀ ଭଗବତୀଙ୍କୁ ୪୦ ହଜାର ଟଙ୍କାର ପ୍ରାଥମିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri