କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ଅନ୍ତର୍ଗତ ଆଡାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ପର୍ଶୁ ମୁଣ୍ଡା ବୋଲି ଜଣାପଡ଼ିଛି। ଜଳଡିହି ଗ୍ରାମରୁ ସାଇକେଲରେ ରବିବାର ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ତାରମାକାନ୍ତ ଜଙ୍ଗଲରେ ଏକ ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦନ୍ତାଟି ତାଙ୍କୁ ଘୋଷାଡ଼ି ନେଇ ଦଳିଦେଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ସୋମବାର ସକାଳେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇବା ସହ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।