ବୃଦ୍ଧଙ୍କୁ ପାଦରେ ଚାପିଦେଲା ହାତୀ

ଆନନ୍ଦପୁର,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମଦନପୁର ପଞ୍ଚାୟତ ହସନପୁର ଗ୍ରାମରେ ହାତୀ ଆକ୍ରମଣର ଶିକାର ହୋଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଗ୍ରାମର ବଟକୃଷ୍ଣ ପ୍ରଧାନ(୬୫) ସକାଳୁ ଶୌଚ ହେବାକୁ ଗାଁ ନିକଟ ପଳାସ ବଣକୁ ଆସିଥିବା ସମୟରେ ଦୁଇଟି ହାତୀ ତାଙ୍କ ସାମ୍ନାକୁ ଆସିଥିଲେ। ନିମିଷକ ମଧ୍ୟରେ ଗୋଟିଏ ହାତୀ ବୃଦ୍ଧଙ୍କୁ ପାଦରେ ଚାପି ଦେଇଥିଲା। ଖବରପାଇ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଲକ୍ଷ୍ୟ କରିବା ସହିତ ସ୍ଥାନୀୟ ଲୋକଙ୍କୁ ସଚେତନ କରାଇଛନ୍ତି। ହାତୀ ଦୁଇଟି ବେଲବାହାଳିର କାଜୁ ବଗିଚାରେ ଲୁଚି ଥିବା ଜଣାପଡ଼ିବା ପରେ ପୋଲିସ ଓ ବନିବିଭାଗ କାଜୁ ବଗିଚା ଉପରେ ନଜର ରଖିଛନ୍ତି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କାର ଚେକ୍‌ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ବନ ବିଭାଗ ପକ୍ଷରୁ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଥିବା ବେଳେ ଯାଜପୁର ଜିଲା ଟମକା ସଂରକ୍ଷିତ ଜଙ୍ଗଲରୁ ହାତୀ ଗୋଠ ଛଡ଼ା ହୋଇ ପଳାଇ ଆସିଥିବା ଡିଏଫ୍‌ଓ ଅଭୟ କୁମାର ଦଳେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri