ଆନନ୍ଦପୁର,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମଦନପୁର ପଞ୍ଚାୟତ ହସନପୁର ଗ୍ରାମରେ ହାତୀ ଆକ୍ରମଣର ଶିକାର ହୋଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଗ୍ରାମର ବଟକୃଷ୍ଣ ପ୍ରଧାନ(୬୫) ସକାଳୁ ଶୌଚ ହେବାକୁ ଗାଁ ନିକଟ ପଳାସ ବଣକୁ ଆସିଥିବା ସମୟରେ ଦୁଇଟି ହାତୀ ତାଙ୍କ ସାମ୍ନାକୁ ଆସିଥିଲେ। ନିମିଷକ ମଧ୍ୟରେ ଗୋଟିଏ ହାତୀ ବୃଦ୍ଧଙ୍କୁ ପାଦରେ ଚାପି ଦେଇଥିଲା। ଖବରପାଇ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଲକ୍ଷ୍ୟ କରିବା ସହିତ ସ୍ଥାନୀୟ ଲୋକଙ୍କୁ ସଚେତନ କରାଇଛନ୍ତି। ହାତୀ ଦୁଇଟି ବେଲବାହାଳିର କାଜୁ ବଗିଚାରେ ଲୁଚି ଥିବା ଜଣାପଡ଼ିବା ପରେ ପୋଲିସ ଓ ବନିବିଭାଗ କାଜୁ ବଗିଚା ଉପରେ ନଜର ରଖିଛନ୍ତି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କାର ଚେକ୍ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ବନ ବିଭାଗ ପକ୍ଷରୁ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଥିବା ବେଳେ ଯାଜପୁର ଜିଲା ଟମକା ସଂରକ୍ଷିତ ଜଙ୍ଗଲରୁ ହାତୀ ଗୋଠ ଛଡ଼ା ହୋଇ ପଳାଇ ଆସିଥିବା ଡିଏଫ୍ଓ ଅଭୟ କୁମାର ଦଳେଇ ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

