ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

କେନ୍ଦୁଝର,୩୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଘଟଣା ଉକ୍ତ ଅଞ୍ଚଳରେ ଭୟ ସୃଷ୍ଟି କରିଛି। ମୃତକଙ୍କ ନାମ ରଥ ମୁଣ୍ଡା (୨୮)।

ପ୍ରକାଶ ଯେ, ଗତକାଲି ରାତି ପ୍ରାୟ ୨ଟାବେଳେ ରଥ ମୁଣ୍ଡା ଘରୁ ପରିସ୍ରା କରିବାକୁ ଅଗଣାକୁ ବାହାରିଥିଲେ। ଏହି ସମୟରେ ଘର ଆଗରେ ବୁଲୁଥିବା ଏକ ହାତୀ ହାବୁଡରେ ପଡ଼ିଯାଇଥିଲୋ। ଅନ୍ଧାର ରାତିରେ ହାତୀଟି ଶୁଣ୍ଢରେ ତାଙ୍କୁ ଧରି ପାଦରେ ଦଳି ଦେଇଥିଲା। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଚମ୍ପୁଆ ରେଞ୍ଜ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବାକୁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାକୁ ପଠାଇଥିଲେ।
ଉକ୍ତ ଅଞ୍ଚଳରେ ୩୨ ଟିକିଆ ହାତୀପଲ ଥିବାବେଳେ ଏହି ପଲରୁ ଅଲଗା ହୋଇ ଏହି ଦନ୍ତା ହାତୀ ରେଭେନ୍ସାପୁର ଗ୍ରାମରେ ଉନ୍ମତ୍ତ କାଣ୍ଡ ଘଟାଇଛି। ବିଲ ଧାନ କରାଯାଉଥିବାରୁ ହାତୀମାନେ ଗାଁ ମୁହାଁ ହେଉଛନ୍ତି। ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟାଇବା ସହ ଏଭଳି ଆକ୍ରମଣ କରୁଥିବାରୁ ସ୍ଥାନୀୟ ଲୋକେ ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri