ହାତୀ ଖୋଜୁଛନ୍ତି ଚଲାପଥ

ଢେଙ୍କାନାଳ ଅଫିସ, ୨୩ା୮: ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ରସାସିଂହ ଅଞ୍ଚଳକୁ ପଶି ଆସିଥିବା ୩୯ ହାତୀ ଆବାସସ୍ଥଳୀକୁ ଫେରିପାରୁନାହାନ୍ତି। ବଢ଼ିପାଣିରେ ଭରା ବ୍ରାହ୍ମଣୀ ଏବଂ ରେଙ୍ଗାଳି ଦକ୍ଷିଣ କେନାଲ ସେମାନଙ୍କ ଚଲାପଥରେ ପ୍ରତିବନ୍ଧକ ସାଜିଛି। ହାତୀପଲ ଦୁଇଭାଗରେ ବିଭକ୍ତ ହୋଇ ଇତସ୍ତତଃ ଭାବେ ବୁଲୁଥିବାବେଳେ ନଦୀକୂଳିଆ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି।
ଦୁଇଦିନ ହେଲା ଉକ୍ତ ହାତୀପଲ ୫୫ନଂ. ଜାତୀୟ ରାଜପଥ ପାର ହୋଇ ରସାସିଂହ ଅଞ୍ଚଳକୁ ତାଳ ଖାଇବାକୁ ଆସୁଥିଲେ। ପୁଣି ସକାଳୁ ମଠରଗଡ଼ି ସଂରକ୍ଷିତ ଜଙ୍ଗଲକୁ ଫେରିଯାଉଥିଲେ। ଶନିବାର ହାତୀପଲ ଦୁଇଦଳରେ ବିଭକ୍ତ ହୋଇ ଏନ୍‌ଏଚ୍‌-୫୫ ପାର ହୋଇ ରସାସିଂହ ଅଞ୍ଚଳକୁ ଯାଇଥିଲେ। ସେଥିରୁ ୨୧ ହାତୀ ରେଳଧାରଣା ପାର ହୋଇ ବ୍ରାହ୍ମଣୀ ନଦୀ କୂଳରେ ଡେରା ପକାଇଛନ୍ତି। ଅନ୍ୟ ୧୮ ହାତୀ ମଠରଗଡ଼ି ଜଙ୍ଗଲରୁ ଅନ୍ୟତ୍ର ଯିବା ପାଇଁ ଉଦ୍ୟମ କରୁଛନ୍ତି। ହେଲେ ଏଥିରେ ସମସ୍ୟା ହୋଇଛି ରେଙ୍ଗାଳି ଦକ୍ଷିଣ କେନାଲ। ଉକ୍ତ ହାତୀପଲର ନେତୃତ୍ୱ ନେଉଥିବା ଏକ ଦନ୍ତା କେନାଲ ପାର୍ଶ୍ୱରେ ଛିଡ଼ା ହୋଇ ରାସ୍ତା ଖୋଜୁଥିବା ଦେଖିବାକୁ ମିଳିଥିଲା। ତେବେ ଏଥିରେ ବିଫଳ ହେବାରୁ ହାତୀଟି ଉଗ୍ରରୂପ ଧାରଣ କରି ପ୍ରବଳ ଗର୍ଜନ କରୁଛି, ଯାହା କେନାଲ ପାର୍ଶ୍ୱବର୍ତ୍ତୀ ଗ୍ରାମବାସୀଙ୍କ ମନରେ ଛନକା ସୃଷ୍ଟି କରିଛି।
ଏ ସଂକ୍ରାନ୍ତରେ ଗଦାଶିଳା ସେକ୍ସନ ଫରେଷ୍ଟର ରବିନାରାୟଣ ନାୟକ କୁହନ୍ତି, ହାତୀପଲ ଦୁଇଟି ଦଳରେ ବିଭକ୍ତ ହୋଇଯାଇଛନ୍ତି। ଗୋଟିଏ ପଲ ନଦୀକୂଳରେ ଅଛନ୍ତି। ଅନ୍ୟପଲର ହାତୀ ମଠରଗଡ଼ି ଜଙ୍ଗଲରୁ ଅନ୍ୟତ୍ର ଯିବା ପାଇଁ ବାଟ ଖୋଜୁଛନ୍ତି। ସେମାନଙ୍କ ଉପରେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?