ମାଛଘେରି ନଷ୍ଟ କଲେ ହାତୀପଲ

ଚିକିଟି,୩୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ଗତ କିଛିଦିନ ହେଲା ହାତୀପଲ ଉପଦ୍ରବ ଚଳାଇଛନ୍ତି। ୧୫ ଦିନ ତଳେ ବ୍ଲକ୍‌ ଅନ୍ତର୍ଗତ ଗୋବିନ୍ଦନଗର, ପିତାତଳି, ରାମଚନ୍ଦପୁର ପଞ୍ଚାୟତର ବିଭିନ୍ନ ଗ୍ରାମାଞ୍ଚଳରେ ହାତୀପଲ ପଶି ଧାନଫସଲ ସମେତ ପାନବରଜ ଆଦି ନଷ୍ଟ କରିଥିଲେ। ବନବିଭାଗ ପକ୍ଷରୁ ହାତୀପଲଙ୍କୁ ଘଉଡ଼ାଇ ଦିଆଯାଇଥିଲା। ତେବେ ସେଠାରୁ ହାତୀପଲ ଜାତୀୟ ରାଜପଥ ଅତିକ୍ରମ କରି ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଇନ୍ଦପୁର, ଅନନ୍ତରାୟପୁର ଓ ପାତିସୁନୁପୁର ଦେଇ ସମୁଦ୍ର କୂଳେ କୂଳେ ବ୍ରହ୍ମପୁର ବନାଞ୍ଚଳକୁ ଆସିଥିଲେ। ସୋମବାର ରାତିରେ ହାତୀପଲ ସୋରଳ ନିକଟ ବାହୁଦା ନଦୀରେ ପଶି ମାଛଘେରି ନଷ୍ଟ କରିଛନ୍ତି। ମତ୍ସ୍ୟଜୀବୀ ଓ ଗ୍ରାମବାସୀ ସେମାନଙ୍କୁ ଘଉଡାଇ ଥିଲେ। ମାତ୍ର ଗୋଟିଏ ଛୁଆହାତୀ ପାଣିରେ ଫସି ରହିଥିଲା। ଛୁଆହାତୀକୁ ଲୋକେ ଉଦ୍ଧାର କରି କିଛି ଦୂରରେ ଥିବା ହାତୀପଲ ନିକଟକୁ ଘଉଡାଇଥିଲେ। ତେବେ ହାତୀମାନେ ତାକୁ ପଲରେ ମିଶାଇ ନ ଥିବା ଜଣାପଡ଼ିଛି। ଖବରପାଇ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ ନାୟକଙ୍କ ନେତୃତ୍ୱରେ ୪୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀପଲ ଗତିବିଧି ଉପରେ ନଜର ରଖିଛନ୍ତି। ବନଖଣ୍ଡ ଅଧିକାରୀ କହିଛନ୍ତି, ହାତୀପଲ ଭଞ୍ଜନଗର ନିକଟସ୍ଥ ଘୁମୁସର ଜଙ୍ଗଲରେ ବର୍ଷସାରା ରହୁଛନ୍ତି। ଖାଦ୍ୟ ଅନ୍ବେଷଣରେ ଏହି ଅଞ୍ଚଳକୁ ଆସିଯାଇଛନ୍ତି। ଚାଷୀଙ୍କ କ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri