ଥମୁନି ହାତୀ ମୃତ୍ୟୁ: ଘୁମୁସର ବନଖଣ୍ଡରେ ହାତୀର ଜୀବନ ଗଲା

ଭଞ୍ଜନଗର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ଜଙ୍ଗଲରେ ଏକ ହାତୀର ଶୁକ୍ରବାର ପ୍ରତ୍ୟୁଷରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବରପାଇ ଡିଏଫ୍‌ଓ ଅଭୟକାନ୍ତ ଦଳେଇ, ଏସିଏଫ୍‌ ସୁଦର୍ଶନ ବାଦୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ହାତୀଟି କେଉଁ କାରଣରୁ ମୃତ୍ୟୁବରଣ କରିଛି ସେନେଇ ସଠିକ୍‌ ଜଣାପଡ଼ିନାହିଁ। ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଜଙ୍ଗଲରେ ହାତୀର ମୃତ୍ୟୁ ଘଟିବା ପରେ ଅନ୍ୟ ହାତୀମାନେ ଦୀର୍ଘ ସମୟ ଧରି ତାକୁ ଘେରି ରହିଥିଲେ। ଏହା ଦେଖି ନିକଟରେ ଥିବା ଦୁର୍ଗାପ୍ରସାଦ ଗ୍ରାମବାସୀ ଭୟଭୀତ ହୋଇପଡ଼ିଥିଲେ। ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଲୋକଙ୍କ ଭିଡ଼ ପରେ ମୃତ ହାତୀକୁ ଛାଡ଼ି ଅନ୍ୟ ହାତୀମାନେ ଜଙ୍ଗଲକୁ ଚାଲିଯାଇଥିଲେ। ବର୍ତ୍ତମାନ ହାତୀର ବ୍ୟବଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?