ଦଳି ଚକଟି ବ୍ୟାପକ ଫସଲ ନଷ୍ଟକଲେ ହାତୀପଲ

ଲାଞ୍ଜିଗଡ଼,୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଦୀର୍ଘଦିନ ହେଲା ଜଙ୍ଗଲି ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ପୁଣି ଗତ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ ମୂଷାନାଳ ବନ ବିଭାଗ ଅଧୀନରେ ଥିବା ଲାଖବାହାଲି ପଞ୍ଚାୟତର କମଲେଇ ଗାଁରେ ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ଦୀର୍ଘଦିନ ହେବ ବିଶ୍ୱନାଥପୁର ରେଞ୍ଜରେ ଥିବା ଲାଞ୍ଜିଗଡ଼, ବେନଗାଁ, ତ୍ରିଲୋଚନପୁର, ଲାଖବାହାଲି ବିଜେପୁର, କଦମଗୁଡ଼ା, ବେକୁମଖାଲ ଓ ଭୁର୍ତ୍ତିଗଡ଼ ପଞ୍ଚାୟତରେ ନିୟମିତ ଭାବେ ଜଙ୍ଗଲୀ ହାତୀଙ୍କ ଉପଦ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଅନେକ ଲୋକଙ୍କ ଜନ ଜୀବନ ସମେତ ଲୋକଙ୍କ ଘର, ଭାଙ୍ଗି ଆସବାବପତ୍ର ନଷ୍ଟ କରୁଥିବା ଚିତ୍ର ସାମ୍ନାକୁ ଆସୁଛି।
ସୂଚନାନୁସାରେ, ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ କମଲେଇ ଗାଁକୁ ପଶି ଗାଁମୁଣ୍ଡରେ ହାତୀପଲ ଭୀଷଣ ଶବ୍ଦ କରିଥିଲେ। ଏହାପରେ ରାତିସାରା ଗାଁର ସୁଶାନ୍ତ ମାଝୀ, ଜିରାଣା ମାଝୀ, ବାଲି ମାଝୀ, ଜିତେନ୍ଦ୍ର ମାଝୀ, ରାମତୁ ମାଝୀ, ମଧୁ ଓ ଦୀପା ମାଝୀଙ୍କ ସମେତ ଅନେକ ଲୋକଙ୍କ ଧାନ, ମାଣ୍ଡିଆ, କୋସଳା, ବିରି ଓ କୋଳଥ ଚାଷ ନଷ୍ଟ କରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ସୂଚନା ପାଇବା ପରେ ରବିବାର ଏବଂ ସୋମବାର ସକାଳେ ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝୀଙ୍କ ନେତୃତ୍ୱରେ ଫରେଷ୍ଟ ଗାର୍ଡ ଏବଂ ବନବିଭାଗର ଏକ ଟିମ୍‌ ଘଟଣାସ୍ଥଳକୁ ଯିବା ସହିତ କ୍ଷୟକ୍ଷତିର ଆକଳନ କରିଥିବା ସୂଚନା ମିଳିଛି। ହାତୀପଲ ଅଞ୍ଚଳରେ ଥିବା ଯୋଗୁ ଅଞ୍ଚଳବାସୀଙ୍କ ଠାରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଏଣୁ ଏ ସମ୍ପର୍କରେ ବନବିଭାଗ ପକ୍ଷରୁ ତଦନ୍ତ କରାଯାଇ କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ଦିଆଯିବାକୁ ଦାବି ହେଉଛି। ଏନେଇ ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝୀଙ୍କୁ ପଚାରିବାରୁ ଆମ ସ୍କ୍ବାଡ୍‌ ଯାଇ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ଏବଂ ସରକାରଙ୍କ ପ୍ରକ୍ରିୟା ଅନୁଯାୟୀ ତାହା କାର୍ଯ୍ୟକାରୀ ହେବ ଏବଂ ସ୍କ୍ବାଡ୍‌ ହାତୀପଲର ଗତିବିଧି ଉପରେ ନଜର ରଖୁଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?