ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ ନିଶା ଦେଇ ଲୁଟ୍‌ କରୁଥିଲେ। ତାଙ୍କ ନାମରେ କୁଆଖିଆ ଥାନାରେ ୨ଟି ମାମଲା ଥିବା ବେଳେ କଳିଙ୍ଗନଗର ଥାନାରେ ଆଉ ଏକ ମାମଲା ଥିବା ପୋଲିସ ଜାଣିବାକୁ ପାଇଛି। ଉକ୍ତ ଲୁଟେରା ଧର୍ମଶାଳା ବ୍ଲକ ଜେନାପୁର ଥାନା ଗଡ଼ମଧୁପୁର ଗ୍ରାମରେ ଘର ଭଡ଼ା ନେଇ ରହୁଥିଲେ। ପୋଲିସ ଭଡ଼ା ଘରୁ ତାଙ୍କୁ ଗିରଫ କରିଛି। ତାଙ୍କଠାରୁ ପୋଲିସ ୨ଟି ମୋବାଇଲ, ନିଶା ଔଷଧ, ଏକ ବାଇକ୍‌ ଜବତ କରିଛି। ଲୁଟେରା ଚୋରି ସାମଗ୍ରୀକୁ ବିଭିନ୍ନ ସ୍ଥାନରେ ସମ୍ପର୍କୀୟଙ୍କୁ ବିକ୍ରି କରୁଥିଲେ। ପୋଲିସ ଖୋଳତାଡ କରିବାରୁ ୨ଟି ସ୍ଥାନରୁ ଚୋରି ସାମଗ୍ରୀ ଜବତ କରିବା ସହ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ମଧ୍ୟ। ସେମାନଙ୍କ ମଧ୍ୟରୁ ଜଣେ ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା କାଲୁଣିଗୋଡା ଗ୍ରାମର ରବୀନ୍ଦ୍ର ବେହେରା(୬୧)। ପୋଲିସ ରବିବାର ତାଙ୍କୁ ଗିରଫ କରିଥିତ୍ବା ବେଳେ ତାଙ୍କଠାରୁ ସୁନା କାନଫୁଲ ଜବତ କରିଛି। ଅନ୍ୟଜଣେ ଏହି ଥାନା ବ୍ରାହ୍ମଣବାଚି ଗ୍ରାମର ଶିବ ପ୍ରସାଦ ନାଥ(୩୫)ଙ୍କୁ ଗତମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଥିଲା। ପୋଲିସ ଶିବଙ୍କଠାରୁ ଗୋଟିଏ ମୋବାଇଲ ଜବତ କରିଛି। ଏହି ମାମଲାରେ ପୋଲିସ ଲୁଟେରାଙ୍କୁ ମିଶାଇ ମୋଟ୍‌ ୩ଜଣଙ୍କୁ ଗିରଫ କରିଛି। ଲୁଟେରା ଚେର ବହୁତ ଲମ୍ବା ଥିବା ପୋଲିସ ସନ୍ଦେହ କରୁଛି।
ଅନ୍ୟ କେଉଁ ସବୁ ଥାନାରେ ତାଙ୍କ ନାଁରେ ମାମଲା ରହିଛି ସେ ନେଇ ତଦନ୍ତ ଆରମ୍ଭ ହୋଇଥିବା ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri