ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ ଦଳି ଜଣଙ୍କୁ ମାରିଦେଇଛି। ମୃତକ ଜକୈକଳା ଗ୍ରାମର ଧରଣୀ ପାତ୍ର (୪୦)। ଆଜି ପ୍ରତ୍ୟୁଷରେ ଘର ଅଗଣା ଝାଡୁ କରିବା ସମୟରେ ନିକଟରେ ବୁଲୁଥିବା ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକି ନେଇ କଚାଡ଼ିବା ପରେ ପାଦରେ ଦଳି ଦେବା ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପ୍ରଚାରିତ ହେବା କ୍ଷଣି ଆତ୍ମୀୟ ଓ ଗ୍ରାମବାସୀ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ ହେଁ ଏଠାରେ ଡାକ୍ତର ମୃତ ଘୋଷିତ କରିଥିଲେ। ବାରମ୍ବାର ଏଭଳି ଘଟଣା ଘଟିବା, ବ୍ୟାପକ କ୍ଷୟକ୍ଷତି ହେବା ନେଇ ଏବେ ସମ୍ପୂର୍ଣ୍ଣ ଜନସାଧାରଣ ବନ ବିଭାଗକୁ ଦାୟୀ କରିବା ସହ ଆଜି ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଜଣେ ବନବିଭାଗର ପାରା କର୍ମଚାରୀ ତପନ କୁମାର ନାଏକଙ୍କୁ ମାଡ୍‌ପିଟ୍‌ କରିଥିଲେ। ଚିକିତ୍ସାଳୟ ପରିସରରେ ବଣାଇଁ ପୋଲିସ ପହଞ୍ଚି ଘଟଣାକୁ ନିୟନ୍ତ୍ରଣ କରିଥିଲା। ଏବେ ସମସ୍ତ ଗ୍ରାମବାସୀ ବଣାଇଁ ବନଖଣ୍ଡ କାର୍ଯ୍ୟାଳୟକୁ ଯାଇ ଘେରାଉ କରିବା ଚେତାବନୀ ଦେଇଛନ୍ତି। ହାତୀ ଘଉଡ଼ାଇବା କ୍ଷେତ୍ରରେ ଗୋଟେ ବନାଞ୍ଚଳ ଓ ଅନ୍ୟ ବନାଞ୍ଚଳ ମଧ୍ୟରେ ସମନୟର ଅଭାବ ଯୋଗୁ ସାଧାରଣ ଜନତାଙ୍କ ଜୀବନ ବିପନ୍ନ ହେଉଥିବା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଇତ୍ୟାଦି ଦାବି ନେଇ ଏହି ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri