ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ରାଜକନିକା, ଆଳି ଓ ଗରଦପୁର ବ୍ଲକ ଅଞ୍ଚଳର ସର୍ବାଧିକ କ୍ଷତି ହେଉଥିବା ବେଳେ ଫସଲ, ରାସ୍ତା, ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀବନ୍ଧ ସୁଦୃଢ଼ ନ ଥିବାରୁ ଆଳିର ୧୬ ପଞ୍ଚାୟତ, ପଟ୍ଟାମୁଣ୍ଡାଇର ୧୪, ରାଜନଗରର ୪, ମାର୍ଶାଘାଇର ୯, ଡେରାବିଶର ୨, ମହାକାଳପଡ଼ାର ୯ ଓ ଗରଦପୁର ବ୍ଲକ ଅଞ୍ଚଳରେ ବନ୍ୟାଜଳ ମାଡ଼ିଯାଉଛି। ଏପରି ଅଭିଯୋଗ ଚଳିତ ସାଧାରଣ ନିର୍ବାଚନ ସମୟରେ ସାମାଜିକ ଗଣମାଧ୍ୟମରେ ପ୍ରଶ୍ନ ଘୂରି ବୁଲିଛି। ରାଜନେତା ଓ ପ୍ରଶାସକଙ୍କ କାର୍ଯ୍ୟଦକ୍ଷତାକୁ ଏହି ପୋଷ୍ଟ ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ଜିଲାରେ ଉଦ୍‌ବୃତ୍ତ ବର୍ଷା ଓ ବନ୍ୟାଜଳ ନିଷ୍କାସନ ବ୍ୟବସ୍ଥା ଏକ ବଡ଼ ସମସ୍ୟା ହୋଇଛି। ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ନଦୀରେ ସାମାନ୍ୟ ଅଧିକ ପାଣି ଜିଲାର ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ନଦୀବନ୍ଧର ସୁଦୃଢ଼ୀକରଣ ସହ ନିଷ୍କାସନ ପଥ ବର୍ଷାଋତୁ ପୂର୍ବରୁ ସଫା ରଖିବା ଆବଶ୍ୟକ। ଇତିମଧ୍ୟରେ କେନ୍ଦ୍ରାପଡ଼ା ଜିଲା ମାନ୍ୟତାକୁ ୨୮ ବର୍ଷ ବିତିଛି। ବନ୍ୟାଜଳ ନିଷ୍କାସନ ପାଇଁ ଅଦ୍ୟାବଧି କୌଣସି ଯୋଜନା କାର୍ଯ୍ୟକାରୀ ହୋଇ ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ମହାକାଳପଡ଼ାର ସୂର୍ଯ୍ୟପ୍ରକାଶ ପାଣି କହିଛନ୍ତି, ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ। ସାମାନ୍ୟ ବର୍ଷା ଅଧିକ ହେଲେ ଜିଲାର ୧୬୦ ଗ୍ରାମରେ ବନ୍ୟାଜଳ ପ୍ରବେଶ କରୁଛି। ବିଶେଷ ଭାବେ ରାଜକନିକା ଓ ଆଳି ବ୍ଲକ ଅଞ୍ଚଳର ସର୍ବାଧିକ ୫୦ ଗଁା ବନ୍ୟା ଯୋଗୁ ପ୍ରଭାବିତ ହେଉଛନ୍ତି। ସେହିପରି ରାଜନଗରର ୩୪ ଗଁା, ପଟ୍ଟାମୁଣ୍ଡାଇର ୨୫ ଗଁା ବନ୍ୟା ଘେରରେ ରହୁଥିବା ବେଳେ ମହାକାଳପଡ଼ା, ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକ ଅଞ୍ଚଳର କେତେଗୋଟି ଗ୍ରାମ ପ୍ରଭାବିତ ହେଉଛି। ଅତ୍ୟଧିକ ବନ୍ୟା ଆସିଲେ ଗରଦପୁର ବ୍ଲକ ଅଞ୍ଚଳର ୫ ଗଁାର ଜନଜୀବନକୁ ବ୍ୟତିବ୍ୟସ୍ତ କରୁଛି। ଚାଷ ଉଜୁଡ଼ିବା ସହ ଅନେକ ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। ନଦୀଶଯ୍ୟା ଖନନ, ବନ୍ଧବାଡ଼ର ମରାମତି ସହ ନୂତନ ବନ୍ଧର ଆବଶ୍ୟକତା ଅଛି। ସାମାଜିକ କର୍ମୀ ବିଭୂତି ଭୂଷଣ ରାଉତ କହିଛନ୍ତି, ଗୋବରୀ ନଦୀରେ ବନ୍ଧ ନାହିଁ। ଏହି ନଦୀ କୂଳରେ ଘର ଓ ଗ୍ରାମ ରହିଛି। ବର୍ଷାଋତୁରେ ନଦୀରୁ ପାଣି ଉଛୁଳି ଘରେ ପଶୁଛି। କୁମ୍ଭୀର ଭୟ ଥିବାରୁ ଗ୍ରାମବାସୀ ସର୍ବଦା ଭୟଭୀତ ହୋଇଥାନ୍ତି। ଏ ନେଇ ସ୍ଥାନୀୟ ଅଧିବାସୀ ରାଜନେତା ଓ ଜିଲା ପ୍ରଶାସନ ନିକଟରେ ବନ୍ଧ ପାଇଁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ଏହି ସମସ୍ୟାର ସମାଧାନ ହେଉନାହିଁ। ପରିବେଶବିତ୍‌ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ସମସ୍ୟାର ସମାଧାନ ପାଇଁ ନଦୀ ସଂଯୋଗୀକରଣକୁ ଜିଲାବାସୀ ଅଗ୍ରାଧିକାର ଦେଇଛନ୍ତି। ନଦୀର ମଧୁରଜଳକୁ ସମୁଦ୍ରକୁ ନିର୍ଦ୍ଦିଷ୍ଟ ମାତ୍ରାରେ ଛାଡ଼ି ଅବଶିଷ୍ଟକୁ ପାନୀୟ ଓ କ୍ଷେତରେ ବ୍ୟବହାର କରିହେବ। ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ସହ ବନ୍ୟାକୁ ରୋକିବା ପାଇଁ ନଦୀବନ୍ଧ ବ୍ୟବସ୍ଥା କରିବାକୁ ପଡ଼ିବ। ଏଥିସହ କ୍ଷେତରୁ ଉଦ୍‌ବୃତ୍ତ ଜଳ ନିଷ୍କାସନ ପାଇଁ ସ୍ବତନ୍ତ୍ର ଯୋଜନା ଆବଶ୍ୟକ। ରାଜନେତାଙ୍କର ଏହି ସ୍ଥାନୀୟ ସମସ୍ୟା ପ୍ରତି ଧ୍ୟାନ ରହୁ ନ ଥିବା ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?