ଜାତୀୟ ରାଜପଥରୁ ୫୦ ଫୁଟ ଯାଏ ହଟିବ ଜବରଦଖଲ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ହକି ବିଶ୍ୱ କପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦର୍ଯ୍ୟକରଣ କରାଯାଉଛି। ତେବେ ଏଥିରେ ଜବରଦଖଲ ବାଧକ ସାଜୁଥିବାରୁ ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ଏଥିସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଜାତୀୟ ରାଜପଥରୁ ୫୦ ଫୁଟ ଯାଏ ସମ୍ପୂର୍ଣ୍ଣ ଜବରଦଖଲମୁକ୍ତ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାସହ ସହର ଅନ୍ୟାନ୍ୟ ପ୍ରମୁଖ ଅଞ୍ଚଳରୁ ମଧ୍ୟ ଜବରଦଖଲ ହଟିବ। ଏହି କ୍ରମରେ ସୋମବାର ବିଡିଏର ମୋଟ ୧୬ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ବାଣୀବିହାର ଛକ ସମେତ ୪ଟି ଅଞ୍ଚଳରୁ ବ୍ୟାପକ ଜବରଦଖଲ ଉଚ୍ଛେଦ କରାଯାଇଛି।
ପାତ୍ରପଡ଼ାରୁ ଆଇଗିଣିଆ ଛକ ପର୍ଯ୍ୟନ୍ତ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ୧, ୨ ଓ ୩ ପକ୍ଷରୁ ଉଚ୍ଛେଦ କରାଯାଇଥିଲା। ବିରୋଧ ସତ୍ତ୍ୱେ ୧୧ଟି ଟିଣ ଘର, ୫ କ୍ୟାବିନ, ୨ ନର୍ସରୀ, ଗୋଟିଏ କାଠ ଗୋଲା ଓ ଏକ ମାର୍ବଲ ଦୋକାନର ଲୁହା ଗେଟ୍‌ ଭାଙ୍ଗିଦିଆଯାଇଛି। ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ନଂ.୮, ୧୦, ୧୧ ଓ ୧୨ ପକ୍ଷରୁ ବାଣୀବିହାର ଛକରୁ ଆଚାର୍ଯ୍ୟ ବିହାର ପର୍ଯ୍ୟନ୍ତ ରାସ୍ତା କଡରେ ହୋଇଥିବା ଦୋକାନଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି ସମୟରେ ସ୍ଥାନୀୟ ଦୋକାନୀ ପ୍ରବଳ ବିରୋଧ କରିବାରୁ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଏଠାରେ ୨୭ଟି କ୍ୟାବିନ, ୨୦୦ ମିଟର ଲମ୍ବର ପାଚେରି, ୬ଟି ବିଜ୍ଞାପନ ବୋର୍ଡ ଓ ୪ଟି ହୋଟେଲ ଭଙ୍ଗାଯାଇଛି। ସ୍କ୍ବାଡ୍‌ ନଂ.୫,୬,୭ ଓ ୮ ପକ୍ଷରୁ ଡମଣାରୁ ଶୈଳଶ୍ରୀବିହାର ପର୍ଯ୍ୟନ୍ତ ଉଚ୍ଛେଦ କରାଯାଇଥିଲା। ଏଥିରେ ୭ଟି କ୍ୟାବିନ, ୩ଟି ଟ୍ରଲି, ୩ଟି ଟିଣ ନିର୍ମିତ ଘର, ୧୨ଟି ବିଜ୍ଞାପନ ହୋର୍ଡିଂ ଓ ୧୦ଟି ବିଜ୍ଞାପନ ବୋର୍ଡ, ୮ଟି ବାଉଁଶ ନିର୍ମିତ ଦୋକାନ, ୧୮ଟି ବକ୍ସ ଗେଟକୁ ମାଟିରେ ମିଶାଇ ଦିଆଯାଇଛି। ସେହିପରି ନୟାପଲ୍ଲୀରେ ସ୍କ୍ବାଡ୍‌ ନଂ. ୧୩, ୧୪, ୧୫ ଓ ୧୬ ପହଞ୍ଚତ୍ ୫ଟି ଆଜବେଷ୍ଟସ୍‌ ଘର, ଦୁଇଟି କାଠ ଦୋକାନ ଓ ୨ଟି ଟିଣ ଘର ଉଚ୍ଛେଦ କରିଛି। ଅନ୍ୟପଟେ ନହରକଣ୍ଟାସ୍ଥିତ ଜୟଦେବ କଲେଜ ନିକଟରେ ଥିବା ଗ୍ଲୋବାଲ ଟାଇଲ୍ସକୁ ସ୍ଥାନୀୟ ଲୋକଙ୍କ ଅଭିଯୋଗ ଆଧାରରେ ସିଲ୍‌ କରିଦିଆଯାଇଛି। ଦେବ ପ୍ଲାଷ୍ଟିକ ଡିଷ୍ଟ୍ରିବ୍ୟୁଟରର ଟ୍ରେଡ୍‌ ଲାଇସେନ୍ସ ନ ଥିବାରୁ ୫ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri