ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ ତାଙ୍କୁ ଆର୍‌ପିଏଫ୍‌ ପକ୍ଷରୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପରେ ଏଠାରୁ ମାଲକାନଗିରି ଗସ୍ତକରି ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ମୁଖ୍ୟ ଡାକଘରର ନବନିର୍ମିତ ଭବନକୁ ଲୋକାର୍ପଣ କରିଥିଲେ। ଏହି ଅବସରରେ ସେ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର କେନ୍ଦୁଝର ଜିଲାର ଶାଳପଡ଼ା, ବାଲେଶ୍ୱର ଜିଲାର ଗୋପାଳପୁର ଓ ବୌଦ୍ଧ ଜିଲାର ମନମୁଣ୍ଡା ଉପ ଡାକଘରକୁ ଲୋକାର୍ପଣ କରିଥିଲେ। ଜୁନାଗଡ଼ଠାରୁ ନବରଙ୍ଗପୁର-ଜୟପୁର-ମାଲକାନଗିରି ଓ ଭଦ୍ରାଚଳମ ପର୍ଯ୍ୟନ୍ତ ରେଳପଥର ସର୍ଭେ ପ୍ରାୟ ଶେଷ ହୋଇଆସିଲାଣି। ଏହି କାର୍ଯ୍ୟ ଶେଷ ହେଲେ ଜମି ଅଧିଗ୍ରହଣ ଓ ପରେ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ରେଳମନ୍ତ୍ରୀ।
ଡିଆର୍‌ଡିଏ ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ସେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜାତୀୟ ରାଜପଥ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ଜଳ ଜୀବନ ମିଶନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ସମେତ ୩୫ଟି କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିଥିଲେ। ମାଲକାନଗିରିରୁ କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ପୁଣି କୋରାପୁଟ ଫେରି କୋରାପୁଟ ଷ୍ଟେଶନରେ କୋରାପୁଟଠାରୁ ବିଶାଖାପାଟଣା ପାସେଞ୍ଜର ଟ୍ରେନ (ନଂ.୦୮୫୫୧)କୁ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ। କରୋନା ସମୟରୁ ଏହି ପାସେଞ୍ଜର ଟ୍ରେନ ଚଳାଚଳ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri