ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ ତାଙ୍କୁ ଆର୍‌ପିଏଫ୍‌ ପକ୍ଷରୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପରେ ଏଠାରୁ ମାଲକାନଗିରି ଗସ୍ତକରି ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ମୁଖ୍ୟ ଡାକଘରର ନବନିର୍ମିତ ଭବନକୁ ଲୋକାର୍ପଣ କରିଥିଲେ। ଏହି ଅବସରରେ ସେ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର କେନ୍ଦୁଝର ଜିଲାର ଶାଳପଡ଼ା, ବାଲେଶ୍ୱର ଜିଲାର ଗୋପାଳପୁର ଓ ବୌଦ୍ଧ ଜିଲାର ମନମୁଣ୍ଡା ଉପ ଡାକଘରକୁ ଲୋକାର୍ପଣ କରିଥିଲେ। ଜୁନାଗଡ଼ଠାରୁ ନବରଙ୍ଗପୁର-ଜୟପୁର-ମାଲକାନଗିରି ଓ ଭଦ୍ରାଚଳମ ପର୍ଯ୍ୟନ୍ତ ରେଳପଥର ସର୍ଭେ ପ୍ରାୟ ଶେଷ ହୋଇଆସିଲାଣି। ଏହି କାର୍ଯ୍ୟ ଶେଷ ହେଲେ ଜମି ଅଧିଗ୍ରହଣ ଓ ପରେ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ରେଳମନ୍ତ୍ରୀ।
ଡିଆର୍‌ଡିଏ ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ସେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜାତୀୟ ରାଜପଥ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା, ଜଳ ଜୀବନ ମିଶନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ସମେତ ୩୫ଟି କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିଥିଲେ। ମାଲକାନଗିରିରୁ କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ପୁଣି କୋରାପୁଟ ଫେରି କୋରାପୁଟ ଷ୍ଟେଶନରେ କୋରାପୁଟଠାରୁ ବିଶାଖାପାଟଣା ପାସେଞ୍ଜର ଟ୍ରେନ (ନଂ.୦୮୫୫୧)କୁ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ। କରୋନା ସମୟରୁ ଏହି ପାସେଞ୍ଜର ଟ୍ରେନ ଚଳାଚଳ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri