ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ୍‌ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ ମାମଲା ମଧ୍ୟ ହ୍ରାସ ପାଉଛି। ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ। କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ। ସମ୍ପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ମିଶନ ଶକ୍ତି ଗୋଷ୍ଠୀଗୁଡ଼ିକର ସକ୍ରିୟ ସହଯୋଗରେ ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଜନସାଧାରଣ ଯେପରି କୋଭିଡ୍‌ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୃଥକ୍‌ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ରାପିଡ୍‌ ରେସପନ୍ସ ଟିମ୍‌ ଓ କ୍ଷେତ୍ର କର୍ମଚାରୀମାନେ ଠିକ୍‌ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ୍‌ ସୁରକ୍ଷା ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କୋଭିଡ୍‌ ନିୟମାବଳୀ ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟରେ କୋଭିଡ୍‌ ସ୍ଥିତି ସମ୍ପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନ କରି କହିଛନ୍ତି ଯେ ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ କମ୍‌। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ରହିଛି ବୋଲି ସେ ସୂଚନା ଦେଇଥିଲେ। ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନକ ରହିଥିବା ଶର୍ମା ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମହାନଗର ନିଗମ କମିଶନର, ଖୋର୍ଦ୍ଧା ଓ ରାୟଗଡାର ଜିଲାପାଳ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସମ୍ପର୍କରେ ବୈଠକରେ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri