ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ୍‌ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ ମାମଲା ମଧ୍ୟ ହ୍ରାସ ପାଉଛି। ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ। କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ। ସମ୍ପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ମିଶନ ଶକ୍ତି ଗୋଷ୍ଠୀଗୁଡ଼ିକର ସକ୍ରିୟ ସହଯୋଗରେ ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଜନସାଧାରଣ ଯେପରି କୋଭିଡ୍‌ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୃଥକ୍‌ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ରାପିଡ୍‌ ରେସପନ୍ସ ଟିମ୍‌ ଓ କ୍ଷେତ୍ର କର୍ମଚାରୀମାନେ ଠିକ୍‌ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ୍‌ ସୁରକ୍ଷା ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କୋଭିଡ୍‌ ନିୟମାବଳୀ ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟରେ କୋଭିଡ୍‌ ସ୍ଥିତି ସମ୍ପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନ କରି କହିଛନ୍ତି ଯେ ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ କମ୍‌। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ରହିଛି ବୋଲି ସେ ସୂଚନା ଦେଇଥିଲେ। ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନକ ରହିଥିବା ଶର୍ମା ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମହାନଗର ନିଗମ କମିଶନର, ଖୋର୍ଦ୍ଧା ଓ ରାୟଗଡାର ଜିଲାପାଳ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସମ୍ପର୍କରେ ବୈଠକରେ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri