ବିଲୁପ୍ତ ଲୋକକଳା ଉଜ୍ଜୀବିତ ରଖିବା ଉପରେ ଗୁରୁତ୍ୱ

ଦେଓଗାଁ,୧୮୧୧(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳ ଭୀମ ପାହାଡଠାରେ ମଙ୍ଗଳବାର ଜିଲା ମିକ୍ସଚର ରାମଲୀଳା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ସୁଶାନ୍ତ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଲୁପ୍ତ ହେବାକୁ ବସିଥିବା ଲୋକକଳା କିପରି ଉଜ୍ଜୀବିତ ରହିବ ତାହା ଉପରେ ଆଲୋକପାତ କରାଯାଇଥିଲା। ବର୍ତ୍ତମାନ ଆଧୁନିକ ଜ୍ଞାନକୌଶଳ ଯୋଗୁଁ ଯୁବ ସମାଜ ଲୋକକଳା ପ୍ରତି ଆଉ ଆଗ୍ରହ ଦେଖାଉନାହାନ୍ତି ା ପୂର୍ବରୁ ଗାଁ ମାନଙ୍କରେ ପରିବେଷିତ ହେଉଥିବା ଗୀତିନାଟ୍ୟ ପ୍ରତି ମଧ୍ୟ ଆଗ୍ରହ ପ୍ରକାଶ ପାଉନାହିଁ ା କରୋନା ଲକ୍‌ଡାଉନ ସମୟରେ ଜିଲାର ବଛାବଛା କଳାକାରଙ୍କୁ ନେଇ ମିକ୍ସଚର ରାମଳୀଳା ସଂଘ ଓ ଶୁଭମ କ୍ରୀଏସନରେ ରାମଲୀଳା, ସୀତାଚୋରୀ ଓ ମହିଷା ମର୍ଦ୍ଦିନୀ ଗୀତିନାଟ୍ୟ ସୁଟିଂ କରାଯାଇ ୟୁଟ୍ୟୁବରେ ବେଶ୍‌ ଆଦୃତ ହୋଇଛି। ତେବେ କରୋନା କଟକଣା ଯୋଗୁଁ କଳାକାରମାନେ ହାତବାନ୍ଧି ବସିଛନ୍ତି। ସରକାର ମଞ୍ଚକଳାକୁ କେବେ ସବୁଜ ସଙ୍କେତ ଦେବେ ବୋଲି କଳାକାରମାନେ ପ୍ରଶ୍ନ କରିଛନ୍ତି। ପରିସ୍ଥିତି ସ୍ବାଭାବିକ ହେଉଥିଲେ ମଧ୍ୟ କଳାକାରମାନେ ତାଙ୍କ ବୃତ୍ତିକୁ ଫେରି ପାରୁନାହାନ୍ତି। ଏହି ସ୍ଥିତିରେ କଳାକାରମାନେ କିଭଳି ପେଟ ପୋଷିବେ ସେ ଦିଗରେ ସରକାର କୌଣସୀ ପଦକ୍ଷେପ ନନେବା ଏକ ପରିତାପର ବିଷୟ ବୋଲି ସଂଘ ତରଫରୁ କ୍ଷୋଭ ପ୍ରକାଶ ପାଇଛି। କାର୍ଯ୍ୟକ୍ରମକୁ ସଂଘ ସମ୍ପାଦକ ଭକ୍ତ ନାଏକ, କୋଷାଧ୍ୟକ୍ଷ ନିରାକାର ସାଏ, ଉପସଭାପତି ଶତ୍ରୁଘ୍ନ ବେହେରା ଓ ଅନ୍ୟ କର୍ମକର୍ତ୍ତା ସହଯୋଗ କରିଥିଲେ। ସହସମ୍ପାଦକ ଶରତ କୁମାର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri