ବୈଷୟିକ ଛାତ୍ରୀଛାତ୍ର ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୬।୪ – ବାଲେଶ୍ୱର କୁରୁଡ଼ାସ୍ଥିତ ବୈଷୟିକ ଶିକ୍ଷାନୁଷ୍ଠାନ ଏକାଡ଼େମୀ ଅଫ ବିଜ୍‌ନେସ ଆଡ଼ମିନଷ୍ଟ୍ରେଶନ (ଏବିଏ)ର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକୀରମୋହନ ସାହିତ୍ୟ ପରିଷଦ ସଭାପତି ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉନ୍ନତ ଭବିଷ୍ୟତ ଗଢ଼ିବା ସହିତ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଜଣେ ଜଣେ ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶିଷ୍ଟ କବି ପ୍ରଶାନ୍ତ ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ର ଜୀବନର ଅନୁଭୂତି ଏବଂ ଶିକ୍ଷାଗ୍ରହଣରୁ ଅଭିଜ୍ଞତା ଲାଭ କରିପାରିଲେ ସଫଳ ଭବିଷ୍ୟତ ଗଠନ ସମ୍ଭବ ବୋଲି ମତପ୍ରକାଶ କରିଥିଲେ ା
ଇଂରାଜୀ ବିଭାଗର ଆସୋସିଏଟ ପ୍ରଫେସର ରୁକସାର ମୋଏନ ମଞ୍ଚ ଆହ୍ବାନ କରିଥିବା ବେଳେ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ସୁଧାସିନ୍ଧୁ ପଣ୍ଡା ସଭାପତିତ୍ୱ କରିଥିଲେ। ଅନ୍ୟତମ ନିର୍ଦ୍ଦେଶକ କମଳାକାନ୍ତ ଆଚାର୍ଯ୍ୟ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷା ଡ. ସଙ୍ଗୀତା ମହାନ୍ତି ଅନୁଷ୍ଠାନର ବାର୍ଷିକ ବିବରଣୀ ପାଠ କରିଥିଲେ। ପରିଚାଳନା ସମିତି ସମ୍ପାଦିକା ଅଞ୍ଜଳି ପଣ୍ଡା ଉପସ୍ଥିତ ରହି ଏହି ଅନୁଷ୍ଠାନ ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ସମଗ୍ର ପୂର୍ବଭାରତରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରିଛି ବୋଲି କହିଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏବିଏର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଦିବଙ୍ଗତ ଯୁଗଳ କିଶୋର ମୋରେଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିବା ବେଳେ ସନ୍ଧ୍ୟାରେ ଓଡ଼ିଆ ସିନେ କଳାକାରଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରାଯାଇଥିଲା। ଶିକ୍ଷାନୁଷ୍ଠାନ ପରିଚାଳନା ନିର୍ଦ୍ଦେଶକ ପିୟୁଷ ମୋରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri