ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଛୋଟ ଛୋଟ ସହରରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍‌ ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ୱ ଦେଉଛୁ । ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛ। ବସ୍‌ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହେଲା । ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନ ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ । ଏହା ଆମର କପା ଚାଷୀଙ୍କ ରୋଜଗାର ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏଥିସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ ପାଇଁ ପ୍ରେରଣା ଦେବ। ଚାଷୀମାନଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟର କ୍ରୀଡ଼ା ଭିତ୍ତିଭୂମି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନିକଟରେ ସରକାର ରାଜ୍ୟରେ ୮୯ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି। କ୍ରୀଡ଼ା ସହିତ ବାତ୍ୟା ଆଶ୍ରୟସ୍ଥଳଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି । ଏହା ଆମ ପିଲାମାନଙ୍କର କ୍ରୀଡ଼ା ପ୍ରତିଭାକୁ ବିକଶିତ କରିବାରେ ବିଶେଷ ସହାୟକ ହେବ ।
ରାଜ୍ୟର କ୍ରୀଡ଼ା ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । କ୍ରୀଡ଼ା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭା ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିପାରିଛି । ଆମ ଓଡ଼ିଶାର ୨ ଜଣ ଖେଳାଳି ମଧ୍ୟ ଏହି ଟିମ୍‌ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୂରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଆମ ଓଡ଼ିଶା ପାଇଁ, ସାରା ଦେଶ ପାଇଁ ସୁନାମ ଆଣିବେ।
କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି, ଏହି ୨ଟି ଯାକ ପ୍ରକଳ୍ପ ଦିଗପହଣ୍ଡିର ସାମଗ୍ରିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦିଗପହଣ୍ଡି ଓ ଗଞ୍ଜାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ସେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପାଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରରେ ପହଞ୍ଚିଛି । ପୂର୍ବରୁ ୪ କୁଇଣ୍ଟାଲ ତୁଳା ଅମଳ ହେଉଥିବା ବେଳେ ଏବେ ୪୪ କୁଇଣ୍ଟାଲ ତୁଳା ଅମଳ ହେଉଛି । ତୁଳା ଜିନିଂ ମିଲ୍‌ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲାର କପାଚାଷୀମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ। ସେହିପରି ବସ୍‌ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ରୁ ୧୫୦ ବସ୍‌ ଚଳାଚଳ ହୋଇପାରିବ । ଏହାଦ୍ବାରା ଲୋକଙ୍କ ଯାତାୟାତରେ ଅନେକ ସୁବିଧା ଆସିପାରିବ ବୋଲି ସୂଚିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri