ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଛୋଟ ଛୋଟ ସହରରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍‌ ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ୱ ଦେଉଛୁ । ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛ। ବସ୍‌ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହେଲା । ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନ ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ । ଏହା ଆମର କପା ଚାଷୀଙ୍କ ରୋଜଗାର ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏଥିସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ ପାଇଁ ପ୍ରେରଣା ଦେବ। ଚାଷୀମାନଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟର କ୍ରୀଡ଼ା ଭିତ୍ତିଭୂମି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନିକଟରେ ସରକାର ରାଜ୍ୟରେ ୮୯ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି। କ୍ରୀଡ଼ା ସହିତ ବାତ୍ୟା ଆଶ୍ରୟସ୍ଥଳଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି । ଏହା ଆମ ପିଲାମାନଙ୍କର କ୍ରୀଡ଼ା ପ୍ରତିଭାକୁ ବିକଶିତ କରିବାରେ ବିଶେଷ ସହାୟକ ହେବ ।
ରାଜ୍ୟର କ୍ରୀଡ଼ା ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । କ୍ରୀଡ଼ା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭା ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିପାରିଛି । ଆମ ଓଡ଼ିଶାର ୨ ଜଣ ଖେଳାଳି ମଧ୍ୟ ଏହି ଟିମ୍‌ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୂରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଆମ ଓଡ଼ିଶା ପାଇଁ, ସାରା ଦେଶ ପାଇଁ ସୁନାମ ଆଣିବେ।
କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି, ଏହି ୨ଟି ଯାକ ପ୍ରକଳ୍ପ ଦିଗପହଣ୍ଡିର ସାମଗ୍ରିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦିଗପହଣ୍ଡି ଓ ଗଞ୍ଜାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ସେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପାଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରରେ ପହଞ୍ଚିଛି । ପୂର୍ବରୁ ୪ କୁଇଣ୍ଟାଲ ତୁଳା ଅମଳ ହେଉଥିବା ବେଳେ ଏବେ ୪୪ କୁଇଣ୍ଟାଲ ତୁଳା ଅମଳ ହେଉଛି । ତୁଳା ଜିନିଂ ମିଲ୍‌ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲାର କପାଚାଷୀମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ। ସେହିପରି ବସ୍‌ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ରୁ ୧୫୦ ବସ୍‌ ଚଳାଚଳ ହୋଇପାରିବ । ଏହାଦ୍ବାରା ଲୋକଙ୍କ ଯାତାୟାତରେ ଅନେକ ସୁବିଧା ଆସିପାରିବ ବୋଲି ସୂଚିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri