ଭିଡିଓ କଲ୍‌ କରି ଡାକ୍ତରଖାନା ଫ୍ୟାନ୍‌ରେ ଝୁଲିପଡ଼ିଲେ କର୍ମଚାରୀ, ଖିଅ ଖୋଜୁଛି ପୋଲିସ

ଦେବଗଡ଼,୨୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଜଣେ ଯୁବକ ସ୍ବାସ୍ଥ୍ୟକେନ୍ଦ୍ରର ଏକ କଠୋରି ଭିତରେ ଲାଗିଥିବା ପଙ୍ଖାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ବାରକୋଟ ଥାନା ଅନ୍ତର୍ଗତ ଖଜୁରିଖମଣ ଗ୍ରାମର ଧ୍ରୁବଚରଣ ବେହେରାଙ୍କ ପୁଅ ସଚିନ (୨୫) ବୋଲି ଜଣାପଡ଼ିଛି। ଏକ ବେଡ୍‌ସିଟ୍‌ ସାହାଯ୍ୟରେ ଫାଶି ଲଗାଇ ସଚିନ ଆତ୍ମହତ୍ୟା କରିଛନ୍ତି। ଏନେଇ ସୂଚନା ପାଇବା ପରେ ଦେବଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ତେବେ ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ସଚିନ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଅନୁମାନ କରୁଛି। ଏପରିକି ଆତ୍ମହତ୍ୟା ସମୟରେ ସଚିନ କେଉଁ ଏକ ନମ୍ବରକୁ ଭିଡିଓ କଲ୍‌ କରି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ପୋଲିସ ଘଟଣାସ୍ଥଳରୁ ମୋବାଇଲ ଜବତ କରିବା ସହିତ ଅଧିକ ତଦନ୍ତ କରୁଥିବାବେଳେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri