ମାଳିସାହି ଅଞ୍ଚଳରୁ ହଟିଲା ଜବରଦଖଲ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକେ ଜବରଦଖଲ କରି ବେଆଇନ ଭାବେ ବାସଗୃହ, ଦୋକାନ ଆଦି ଗଢୁଛନ୍ତି। ସମ୍ପୃକ୍ତ ସ୍ଥାନ ଖାଲି କରିବା ପାଇଁ ସରକାରଙ୍କ ପକ୍ଷରୁ ବାରମ୍ବାର ସେମାନଙ୍କୁ ତାଗିଦ୍‌ କରିବା ସତ୍ତ୍ୱେ ଏହାକୁ ହେୟ ଜ୍ଞାନ କରୁଛନ୍ତି। ତେଣୁ ସିଇଏମ୍‌ସି କାର୍ଯ୍ୟକ୍ରମ ଅନୁଯାୟୀ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖାରବେଳନଗର ଥାନା ଅନ୍ତର୍ଗତ ଅଞ୍ଚଳରୁ ଉଚ୍ଛେଦ କରାଯାଇଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ (ବିଏମସି), ଜିଏ ଏବଂ ପିଜି ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଗଠିତ ଉଚ୍ଛେଦକାରୀ ଦଳଙ୍କ ମିଳିତ ଉଦ୍ୟମରେ ଉଚ୍ଛେଦ କରାଯାଇଛି। କମିଶନରେଟ୍‌ ପୋଲିସ୍‌ ସହଯୋଗରେ ଦୃଷ୍ଟିହୀନ ସଂଘ ଠାରୁ ମାଳିସାହି ପର୍ଯ୍ୟନ୍ତ ଅଞ୍ଚଳ ଜବରଦଖଲ ମୁକ୍ତ କରାଯାଇଛି। ଉଚ୍ଛେଦ ପ୍ରକ୍ର୍ରିୟାରେ ଅସ୍ଥାୟୀ ଟିଣ କବାଡ଼ିଆ ଦୋକାନ, ୨୯ଟି ବାଉଁଶ ଓ ଜରିପାଲ ନିର୍ମିତ ଦୋକାନ, ୬ଟି କ୍ୟାବିନ୍‌ ଏବଂ ଶତାଧିକ କାଠ ଓ ଷ୍ଟିଲ୍‌ ନିର୍ମିତ କବାଡ଼ି ସାମଗ୍ରୀ ମାଟିରେ ମିଶିଛି। ଉଚ୍ଛେଦ ସମୟରେ ସହକାରୀ ନିର୍ଦ୍ଦେଶକ (ଏନଫୋର୍ସମେଣ୍ଟ) ଅମିୟ କୁମାର ଦାସ, ବିଡିଏର ଯୋଗାଯୋଗ ଅଧିକାରୀ ଶୁଭ୍ରାଂଶୁ ଶେଖର ମହାନ୍ତି, ଖାରବେଳନଗର ଥାନା ଏଏସ୍‌ଆଇ ଦେବରାଜ୍‌ କିଶାନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ୍‌ ରିଜର୍ଭ ପୋଲିସ୍‌ ଫୋର୍ସ ଏବଂ ଏକ ସେକ୍ସନ ମହିଳା ପୋଲିସ କର୍ମଚାରୀ ନିୟୋଜିତ ହୋଇଥିଲେ। ଉଚ୍ଛେଦ ପାଇଁ ୩ଟି ଜେସିବି ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri