ମାଳିସାହି ଅଞ୍ଚଳରୁ ହଟିଲା ଜବରଦଖଲ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକେ ଜବରଦଖଲ କରି ବେଆଇନ ଭାବେ ବାସଗୃହ, ଦୋକାନ ଆଦି ଗଢୁଛନ୍ତି। ସମ୍ପୃକ୍ତ ସ୍ଥାନ ଖାଲି କରିବା ପାଇଁ ସରକାରଙ୍କ ପକ୍ଷରୁ ବାରମ୍ବାର ସେମାନଙ୍କୁ ତାଗିଦ୍‌ କରିବା ସତ୍ତ୍ୱେ ଏହାକୁ ହେୟ ଜ୍ଞାନ କରୁଛନ୍ତି। ତେଣୁ ସିଇଏମ୍‌ସି କାର୍ଯ୍ୟକ୍ରମ ଅନୁଯାୟୀ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖାରବେଳନଗର ଥାନା ଅନ୍ତର୍ଗତ ଅଞ୍ଚଳରୁ ଉଚ୍ଛେଦ କରାଯାଇଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ (ବିଏମସି), ଜିଏ ଏବଂ ପିଜି ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଗଠିତ ଉଚ୍ଛେଦକାରୀ ଦଳଙ୍କ ମିଳିତ ଉଦ୍ୟମରେ ଉଚ୍ଛେଦ କରାଯାଇଛି। କମିଶନରେଟ୍‌ ପୋଲିସ୍‌ ସହଯୋଗରେ ଦୃଷ୍ଟିହୀନ ସଂଘ ଠାରୁ ମାଳିସାହି ପର୍ଯ୍ୟନ୍ତ ଅଞ୍ଚଳ ଜବରଦଖଲ ମୁକ୍ତ କରାଯାଇଛି। ଉଚ୍ଛେଦ ପ୍ରକ୍ର୍ରିୟାରେ ଅସ୍ଥାୟୀ ଟିଣ କବାଡ଼ିଆ ଦୋକାନ, ୨୯ଟି ବାଉଁଶ ଓ ଜରିପାଲ ନିର୍ମିତ ଦୋକାନ, ୬ଟି କ୍ୟାବିନ୍‌ ଏବଂ ଶତାଧିକ କାଠ ଓ ଷ୍ଟିଲ୍‌ ନିର୍ମିତ କବାଡ଼ି ସାମଗ୍ରୀ ମାଟିରେ ମିଶିଛି। ଉଚ୍ଛେଦ ସମୟରେ ସହକାରୀ ନିର୍ଦ୍ଦେଶକ (ଏନଫୋର୍ସମେଣ୍ଟ) ଅମିୟ କୁମାର ଦାସ, ବିଡିଏର ଯୋଗାଯୋଗ ଅଧିକାରୀ ଶୁଭ୍ରାଂଶୁ ଶେଖର ମହାନ୍ତି, ଖାରବେଳନଗର ଥାନା ଏଏସ୍‌ଆଇ ଦେବରାଜ୍‌ କିଶାନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ୍‌ ରିଜର୍ଭ ପୋଲିସ୍‌ ଫୋର୍ସ ଏବଂ ଏକ ସେକ୍ସନ ମହିଳା ପୋଲିସ କର୍ମଚାରୀ ନିୟୋଜିତ ହୋଇଥିଲେ। ଉଚ୍ଛେଦ ପାଇଁ ୩ଟି ଜେସିବି ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri