ପ୍ରଚାର ଶେଷ, ଭୋଟରଙ୍କ ହାତରେ ପ୍ରାର୍ଥୀଙ୍କ ଭାଗ୍ୟ

ରାୟଗଡ଼ା ଅଫିସ, ୨୩।୩ – ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପିଲା ରାୟଗଡ଼ା ସହରର ବିଭିନ୍ନ ସାହିବସ୍ତି। ପ୍ରମୁଖ ଦଳୀୟ ପ୍ରାର୍ଥୀ ପ୍ରଚାର ରଣାଙ୍ଗନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଆପ୍ରାଣ ଉଦ୍ୟମ କରୁଛନ୍ତି। କଂଗ୍ରେସ, ଭାଜପା ଓ ବିଜେଡିର ହେଭିୱେଟ୍‌ ନେତା ନିର୍ବାଚନୀ ପ୍ରଚାରରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ। ରାଜ୍ୟ ସଭା ସଦସ୍ୟ ଏନ୍‌. ଭାସ୍କର ରାଓ ବିଜେଡିର ପ୍ରଚାର ମଙ୍ଗ ଧରିଥିଲେ। ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସାହି ଗଳି ବୁଲି ଦଳର ପୌରାଧ୍ୟକ୍ଷ ଓ କାଉନ୍‌ସିଲର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ସେ ଜନତାଙ୍କୁ ଅନୁରୋଧ କରିଥିଲେ। ରୋଡ୍‌ ଶୋ’ରେ ରାୟଗଡ଼ା ପୌରାଞ୍ଚଳର ସମସ୍ତ ୱାର୍ଡ ପରିକ୍ରମା କରି ପୌରାଧ୍ୟକ୍ଷ ପ୍ରାର୍ଥୀ ପି. ମହେଶ ପଟ୍ଟନାୟକଙ୍କୁ ଭୋଟ ଦେବା ପାଇଁ ସେ ଲୋକଙ୍କୁ ଅନୁରୋଧ କରିଥିଲେ। ସନ୍ଧ୍ୟା ୫ଟାରେ ପ୍ରଚାର ବନ୍ଦ ହୋଇଯାଇଛି। ଏହାପରେ ବିଭିନ୍ନ ଦଳର ନେତାମାନେ ନିଜ ପରିବାର ଓ ସମ୍ପର୍କୀୟଙ୍କ ସାହାଯ୍ୟରେ ଘରକୁ ଘର ବୁଲି ସମର୍ଥନ ହାସଲ କରିବାକୁ ଉଦ୍ୟମ କରୁଛନ୍ତି।
କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ସହରର ବିଭିନ୍ନ ସାହିବସ୍ତି ବୁଲି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ଦୁର୍ନୀତିମୁକ୍ତ ଓ ସ୍ବଚ୍ଛ ଶାସନ ପାଇଁ କଂଗ୍ରେସକୁ ଭୋଟ ଦେବାକୁ ସେ ଲୋକଙ୍କୁ ପ୍ରବର୍ତ୍ତାଇଥିଲେ। ରାୟଗଡା ପୌରାଞ୍ଚଳରେ କଂଗ୍ରେସ କ୍ଷମତାକୁ ଫେରିଲେ ସହରାଞ୍ଚଳବାସୀଙ୍କୁ ସ୍ମାର୍ଟ ସୁବିଧା ମିଳିବା ନେଇ ସେ ଆଶ୍ୱାସନା ଦେଇଥିଲେ। ସପ୍ତଗିରି ମଧ୍ୟ ଅନୁରୂପ ରୋଡ଼ଶୋ ଆୟୋଜନ କରି ପ୍ରତ୍ୟେକ ୱାର୍ଡ ବୁଲି ଲୋକଙ୍କୁ କଂଗ୍ରେସ ପୌରାଧ୍ୟକ୍ଷ ପ୍ରାର୍ଥୀ ଆପଲ ସ୍ବାମୀ କାଡ୍ରାକା ଓ କାଉନସିଲର ପ୍ରାର୍ଥୀମାନଙ୍କୁ ଭୋଟ ଦେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି। ଗୁରୁବାର ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭୋଟ ଗ୍ରହଣ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଛି। ରାୟଗଡ଼ା ପୌରାଞ୍ଚଳ ସମେତ ଗୁଣୁପୁର ପୌରପାଳିକା ଓ ଗୁଡାରୀ ବିଜ୍ଞପିତ ଅଞ୍ଚଳ ପରିଷଦରେ ଭୋଟ ଗ୍ରହଣ ହେବ। ଗୁରୁବାର ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭୋଟ ଗ୍ରହଣ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଛି। ରାୟଗଡ଼ା ପୌରାଞ୍ଚଳ ସମେତ ଗୁଣପୁର ପୌରପାଳିକା ଓ ଗୁଡାରୀ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri