ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।
ସୂଚନାଯୋଗ୍ୟ, କୋଭିଡ କଟକଣା ମଧ୍ୟରେ ଭକ୍ତଶୂନ୍ୟ ଘୋଷଯାତ୍ରା ପାଇଁ ବି ପୋଲିସ ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । ଶୃଙ୍ଖଳିତ ଯାତ୍ରା ପାଇଁ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇ ପ୍ରାୟ ୬୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ସହରର ମୁଖ୍ୟ ପ୍ରବେଶ ପଥ, ବଡ଼ଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା କୋଠାର ଛାତ ଉପରେ ସ୍ବତନ୍ତ୍ର ସୁରକ୍ଷା ବାହିନୀ ମୁତୟନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri