ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରିବା ସହ ୫୫ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧାର୍ଯ୍ୟ ସମୟରେ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି ବୋଲି କହିଥିଲେ। ତୁରନ୍ତ ଡାଇଭରଶନ ରୋଡ୍‌ଗୁଡିକୁ ମରାମତି, ସମ୍ପ୍ରସାରଣ କାର୍ଯ୍ୟ ଶେଷ କରିବା ଉପରେ ଜାତୀୟ ରାଜପଥ ପ୍ରାଧିକରଣର ଅଧିକାରୀ ଓ କର୍ମଚାରୀମାନେ ଅଧିକ ଗୁରୁତ୍ୱ ପ୍ରଦାନ କରିବାକୁ ଏମ୍‌ପି କହିଥିଲେ। ବିଶେଷକରି ଅନୁଗୋଳ, ନୂଆହତା ଓ ବଅଁରପାଳ ମଧ୍ୟରେ ରାସ୍ତା ତୁରନ୍ତ ମରାମତି ନ ହେଲେ ଗାଡ଼ି ଚଳାଚଳ ବନ୍ଦ କରିଦିଆଯିବ ବୋଲି ଏମ୍‌ପି ଚେତାବନୀ ଦେଇଥିଲେ। ସେହିପରି ଜାତୀୟ ରାଜପଥକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଗୁଡିକର ମରାମତି ପାଇଁ ସପ୍ତାହକ ମଧ୍ୟରେ ବ୍ୟୟ ଅଟକଳ କରି ଅର୍ଥ ମଞ୍ଜୁର କରିବା ଉପରେ ପଦକ୍ଷେପ ନେବା ପାଇଁ ଏମ୍‌ପି ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଜପଥ କଡରେ ଥିବା ବିଭିନ୍ନ କଳକାରଖାନା ଯୋଗୁ ଭାରିଯାନଗୁଡିକ ରାସ୍ତାପାର୍ଶ୍ୱରେ ବହୁଦିନ ଧରି ପାର୍କିଂ କରୁଥିବାରୁ ଏହା ଦୁର୍ଘଟଣାର ଏକ ପ୍ରମୁଖ କାରଣ ସାଜିଛି। ଏଥିପାଇଁ କାରଖାନା କର୍ତ୍ତୃପକ୍ଷମାନେ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରନ୍ତୁ ବୋଲି ବିଧାୟକ ସୁଧୀର କୁମାର ସାମଲ ପ୍ରସ୍ତାବ ଦେଇଥିଲେ। ସେହିପରି ଗୁଡିଆକାଟେଣୀରୁ ମେରାମଣ୍ଡଳି ମଧ୍ୟରେ ୪ଟି କଲଭର୍ଟ କାମ ଆରମ୍ଭ ହୋଇ ନ ଥିବାରୁ ଜିଲାପାଳ ମନୋରଞ୍ଜନ ମଲ୍ଲିକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଏବଂ ଡାଇଭରଶନ ରୋଡ୍‌ ବିପଦସଙ୍କୁଳ ଯୋଗୁ ଦୁର୍ଘଟଣା ବଢୁଥିବାରୁ ଠିକାଦାରଙ୍କୁ ସତର୍କ କରାଇ ଦେବା ପାଇଁ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଥିଲେ। ଜାତୀୟ ରାଜପଥରୁ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ପର୍ଯ୍ୟନ୍ତ ଚିହ୍ନଟ ଜାଗାରେ ତୁରନ୍ତ ରାସ୍ତା କାର୍ଯ୍ୟ କରିବା ପାଇଁ ପୂର୍ତ୍ତ ବିଭାଗକୁ ଏମ୍‌ପି, ବିଧାୟକ ଓ ଜିଲାପାଳ କହିଥିଲେ। ବୈଠକରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ, ପୌର ଅଧ୍ୟକ୍ଷା ଜୟନ୍ତୀ ପାତ୍ର ପ୍ରମୁଖ ନିଜସ୍ବ ମତ ଉପସ୍ଥାପନ କରିଥିଲେ। ୨୦୨୨ ନଭେମ୍ବର ମଧ୍ୟରେ ଏବଂ ୨୦୨୩ ନଭେମ୍ବର ମଧ୍ୟରେ ଘଟିଥିବା ଦୁର୍ଘଟଣାର ଅନୁଧ୍ୟାନ କଲେ ମୃତ୍ୟୁହାର ୭.୯୭ ପ୍ରତିଶତ କମିଥିବା ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର ସୂଚନା ଦେଇଥିଲେ। ଏହି ବୈଠକରେ ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ, ଢେଙ୍କାନାଳ ଉପଜିଲାପାଳ ସପନ କୁମାର ନନ୍ଦ, ଏମ୍‌ଭିଆଇ ଦେବାଶିଷ ସ୍ବାଇଁ ପ୍ରମୁଖଙ୍କ ସମେତ ସଡ଼କ ସୁରକ୍ଷା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri