Posted inରାଜ୍ୟ

ଆରମ୍ଭ ହେଲା ଅସୀମ ଉତ୍ସବ

ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଅସୀମ ବସୁ ଫାଉଣ୍ଡେଶନ ପକ୍ଷରୁ ୪ର୍ଥ ଅସୀମ ଉତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହି ଦୁଇଦିନିଆ ଉତ୍ସବର ପ୍ରଥମ ସନ୍ଧ୍ୟାରେ ଉତ୍ତରପୁରୁଷ କଳାକାରଙ୍କ ଦ୍ୱାରା ପରିବେଷିତ ହୋଇଥିଲା ନାଟକ ‘ଶବ ବାହାକମାନେ’। ନାଟକର ରଚନା ବିଜୟ ମିଶ୍ର କରିଥିବାବେଳେ ନର୍ଦ୍ଦେଶନା ଦେଇଥିଲେ ଚକ୍ରଧର ପାତ୍ର। ଅନୁଷ୍ଠାନର ସଭାପତି ରାମହରି ଜେନା, ଚିତ୍ରଶିଳ୍ପୀ ବାଞ୍ଛାନିଧି ପଟ୍ଟନାୟକ, ନାଟ୍ୟସଂଘ ସଭାପତି ହରେନ୍‌ ସାହୁ, ଗବେଷିକା ସଂଘମିତ୍ରା ମିଶ୍ର ଓ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପୂର୍ବତନ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିଙ୍କ ଦ୍ୱାରା ଅସୀମ ବସୁଙ୍କ ରଚିତ ଆତ୍ମଜୀବନୀ ‘କଥାରେ କଥାରେ’ର ତୃତୀୟ ସଂସ୍କରଣ ଉନ୍ମୋଚିତ ହୋଇଥିଲା। ଏହି ଅବସରରେ ଫାଉଣ୍ଡେଶନ ପକ୍ଷରୁ ୧୬ଜଣ ମହିଳା ଚିତ୍ରଶିଳ୍ପୀଙ୍କ କଳାକୃତିର ଏକ ପ୍ରଦର୍ଶନୀ ଆୟୋଜିତ କରାଯାଇଥିଲା। ଦେବଦତ୍ତ ପତି ସଭା ପରିଚାଳନା କରିଥିବାବେଳେ ସମ୍ପାଦକ ପବିତ୍ର ମୋହନ କର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri