ପରୀକ୍ଷାମୂଳକ ଭାବେ ଗଡ଼ିଲା ଇଞ୍ଜିନ

ଚଣ୍ଡିଖୋଲ, ୨୧।୭ (ଡି.ଏନ୍‌.ଏ): ହରିଦାସପୁର-ପାରାଦୀପ ରେଳପଥ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ସୋମବାର ଏଥିରେ ପ୍ରଥମକରି ରେଳ ବିକାଶ ନିଗମ ଲିମିଟେଡ (ଆର୍‌ଭିଏନ୍‌ଏଲ୍‌) ପକ୍ଷରୁ ପରୀକ୍ଷାମୂଳକ ଭାବେ ଏକ ଇଞ୍ଜିନ ଗଡ଼ିଛି। ଚଳିତ ମାସ ଶେଷ ସୁଦ୍ଧା ଏହି ରେଳପଥରେ ପ୍ରଥମ କରି ମାଲବାହୀ ଟ୍ରେନ ଗଡିବ ବୋଲି ଆରଭିଏନ୍‌ଏଲ ତରଫରୁ ସୂଚନା ଦିଆଯାଇଛି। ରେଳ ଧାରଣା ସମ୍ପୁର୍ଣ୍ଣ ହେବାପରେ ପ୍ରଥମ ଇଞ୍ଜିନ ସୋମବାର ଗଡିଥିବା ଆରଭିଏନଏଲର ଏଜିଏମ ଅଶୋକ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ମଙ୍ଗଳବାର ଏହି ରେଳପଥରେ ଆଉ ଏକ ଇଞ୍ଜିନ ପରୀକ୍ଷାମୂଳକ ଭାବେ ଗଡ଼ିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ୧୯୯୭ରୁ ଏହି ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୨୦୦୭ ସୁଦ୍ଧା ଜମି ଅଧିଗ୍ରହଣ ଶେଷ ପରେ ପ୍ରକଳ୍ପ କାର୍ଯ୍ୟାରମ୍ଭ ହେବାକୁ ଥଲା। ମାତ୍ର ଏଥିରେ ବିଳମ୍ବ ହେବାରୁ ଦାୟିତ୍ୱରେ ଥିବା ଠିକାସଂସ୍ଥା ଅଧିକାରୀ ଆଣ୍ଡ ବ୍ରଦର୍ସ ଦୁଇ ବର୍ଷର ଚୁକ୍ତି ଅବଧି ଶେଷ ପରେ ଛାଡ଼ି ଚାଲିଯାଇଥିଲା। ୨୦୧୩ରେ ପୁନର୍ବାର ଏହି ପ୍ରକଳ୍ପ କାର୍ଯ୍ୟାରମ୍ଭ ହେବା ସହିତ ୨୦୧୬ ଜୁନ୍‌ରେ କାର୍ଯ୍ୟ ଶେଷ ହେବ ବୋଲି ଘୋଷଣା କରାଯାଇଥିଲା। ମାତ୍ର ବିଭିନ୍ନ କାରଣରୁ ଏହା ଶେଷ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri