ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଲେ ଗ୍ରାମବାସୀ

ନିରାକାରପୁର,୧୫।୯ (ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ା ଗ୍ରାମରେ ଜଳସେଚନ ବିଭାଗ ରାଜୁଆ ସବ୍‌ଡିଭିଜନର ଉପନିର୍ବାହୀ ଯନ୍ତ୍ରୀ ଅକ୍ଷୟ କୁମାର ବେହେରା ଓ କନିଷ୍ଠ ଯନ୍ତ୍ରୀ ଶିଶିର କୁମାର ସାହୁଙ୍କୁ ଗ୍ରାମବାସୀ କାଦୁଅ ରାସ୍ତାରେ ଚଲାଇବା ସହ ଗାଳିଗୁଲଜ କରିଥିବା ନେଇ ଥାନାରେ ମଙ୍ଗଳବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ମଲାଗୁଣୀ ନଦୀବନ୍ଧ ରାସ୍ତାକୁ ଯିବା ପାଇଁ ଭଗବତୀପଡ଼ା, ତଇଲା ଗ୍ରାମବାସୀ ଜାମୁଝାରୀ ନାଳ ବନ୍ଧ ରାସ୍ତାକୁ ବ୍ୟବହାର କରିଥାନ୍ତି। ତେବେ ଜାମୁଝାରୀ ନାଳ ଖୋର୍ଦ୍ଧା ଜଳସେଚନ ଉଇଖିଆ ପ୍ରକଳ୍ପ ଅଧୀନରେ ଯାଉଥିବା ବେଳେ ପୂର୍ବରୁ ଡ୍ରେନେଜ ବିଭାଗ ଏହାର ରକ୍ଷଣାବେକ୍ଷଣ କରୁଥିଲା। ପରେ ଭଗବତୀପଡ଼ା ଗ୍ରାମବାସୀଙ୍କ ଅନୁରୋଧକ୍ରମେ ଜଳସେଚନ ବିଭାଗ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ୫ମିଟର ଗାର୍ଡଓାଲ ଏହି ନାଳରେ ନିର୍ମାଣ କରାଯାଉଛି। ତେବେ କାମ ସମ୍ପୂଣ୍ଣର୍ର୍ ନ ହେବାରୁ ଗ୍ରାମବାସୀ ମଲାଗୁଣୀ ନଦୀବନ୍ଧ ରାସ୍ତାକୁ ଯାଇପାରୁ ନାହାନ୍ତି। ଅନ୍ୟପଟେ ନାଳରୁ ବାହାରିଥିବା ରାସ୍ତା ଉପରେ ମାଟି ପଡ଼ିଥିବାରୁ ଲଗାଣ ବର୍ଷା ଯୋଗୁ ଏହି ରାସ୍ତା କାଦୁଅରେ ଭର୍ତ୍ତି ହୋଇଯାଇଛି। ଫଳରେ ରାସ୍ତାରେ ଚାଲିକି ଯିବା ଏକପ୍ରକାର ଅସମ୍ଭବ ହୋଇପଡ଼ିଛି। ସୋମବାର ଜଳସେଚନ ବିଭାଗ ରାଜୁଆ ସବ୍‌ଡିଭିଜନର ଉପନିର୍ବାହୀ ଯନ୍ତ୍ରୀ ବେହେରା ଓ କନିଷ୍ଠ ଯନ୍ତ୍ରୀ ସାହୁ ମଲାଗୁଣୀ ନଦୀବନ୍ଧର ସ୍ଥିତି ଦେଖିବା ପାଇଁ ଯାଇଥିବା ବେଳେ ଗ୍ରାମବାସୀ ରାସ୍ତା ସମ୍ପର୍କରେ ସେମାନଙ୍କୁ ପଚାରିଥିଲେ। ସନ୍ତୋଷଜନକ ଉତ୍ତର ନ ପାଇବାରୁ ଗ୍ରାମବାସୀ ଏହି ଦୁଇ ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇବା ସହ ଠେଲାପେଲା ଓ ଗାଳିଗୁଲଜ କରିଥିଲେ। ପରେ ଏନେଇ ଦୁଇ ଯନ୍ତ୍ରୀ ନିରାକରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?