Posted inଖେଳ

ଇଂଲଣ୍ଡ ଟେଷ୍ଟ ଦଳ ଅପରିବର୍ତ୍ତିତ

ମାଞ୍ଚେଷ୍ଟର, ୩୦।୭-
ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ ସିରିଜ ବିଜୟୀ ଇଂଲଣ୍ଡ ଦଳ ପାକିସ୍ତାନ ବିପକ୍ଷ ସିରିଜ ପାଇଁ ଅପରିବର୍ତ୍ତିତ ରହିଛି। ବୁଧବାର ଘୋଷିତ ଦଳରେ ୧୪ ଖେଳାଳି ଓ ୪ ରିଜର୍ଭ ଖେଳାଳି ରହିଛନ୍ତି। ଜୋ ରୁଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ ଆଗାମୀ ସିରିଜ ଖେଳିବ। ଅଗଷ୍ଟ ୫ରୁ ଏହି ୩ ମ୍ୟାଚ ବିଶିଷ୍ଟ ସିରିଜ ଆରମ୍ଭ ହେବ। ଇଂଲଣ୍ଡକୁ ୨-୧ରେ ଟେଷ୍ଟ ସିରିଜ ବିଜୟୀ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ୬ ପେସ୍‌ ବୋଲର ସେମାନଙ୍କ ସ୍ଥାନ ବଜାୟ ରଖିଛନ୍ତି। ସ୍ପିନର ଡମ୍‌ ବେସ୍‌ଙ୍କ ଉପରେ ଚୟନକର୍ତ୍ତା ପୁଣି ଆସ୍ଥା ସ୍ଥାପନ କରିଛନ୍ତି। ତାଙ୍କ କାଉଣ୍ଟି ଟିମ୍‌ମେଟ୍‌ ଜ୍ୟାକ୍‌ ଲିଚ୍‌ ରିଜର୍ଭ ସ୍ପିନର ରହିଛନ୍ତି। ଗ୍ଲସେଷ୍ଟରଶାୟାରର ଜେମ୍ସ ବ୍ରାକେ ଓ ଏସେକ୍ସର ଡନ ଲରେନ୍ସ ରିଜର୍ଭ ବ୍ୟାଟ୍ସମ୍ୟାନ ରହିଥିବାବେଳେ ସରେର ବେନ୍‌ ଫୋକ୍ସ ରିଜର୍ଭ ଉଇକେଟ କିପର ତାଲିକାରେ ରହିଛନ୍ତି। ଅଗଷ୍ଟ ୧ରୁ କାଉଣ୍ଟି ସିଜନ ଆରମ୍ଭ ହେବାକୁ ଯାଉଛି। ତେଣୁ ରିଜର୍ଭ ଖେଳାଳିଙ୍କୁ ଇଂଲଣ୍ଡ ରୋଶେନ ଭିତ୍ତିରେ ଖେଳାଇବା ଲକ୍ଷ୍ୟରେ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟେଷ୍ଟ ପରେ ୧୮ ଜଣ ଯାକ ଖେଳାଳିଙ୍କୁ ଘରକୁ ଯିବାକୁ ସୁଯୋଗ ଦିଆ ଯାଇଥିଲା। ପରିବାର ସହିତ ସମୟ କଟାଇବାପରେ ସେମାନେ ଅଗଷ୍ଟ ୨ରେ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଏକତ୍ରିତ ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri