Posted inଖେଳ

ଭାରତଠାରୁ ହାରିବା ପରେ ଏହି ଇଂଲଣ୍ଡ ମହିଳା କ୍ରିକେଟର୍‌ଙ୍କୁ ମିଳୁଛି ହତ୍ୟା ଧମକ

ଲଣ୍ଡନ,୭।୩: ଇଂଲଣ୍ଡର ମହିଳା କ୍ରିକେଟର ଆଲେକ୍ସ ହାର୍ଟଲି ଏକ ବଡ଼ ଖୁଲାସା କରିଛନ୍ତି। ଅହମ୍ମଦାବାଦରେ ଚାଲିଥିବା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଭାରତକୁ ୧୦ ଉଇକେଟ ହରାଇବା ପରେ ସୋସିଆଲ ମିଡିଆରେ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା ବୋଲି ଆଲେକ୍ସ କହିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ଏହା ପରେ ଆଲେକ୍ସ ଇଂଲଣ୍ଡ ଦଳକୁ ପରିହାସ କରି ଟୁଇଟ୍‌ କରିଥିଲେ ଯେ ଇଂଲଣ୍ଡ ମହିଳା ଦଳ ଖେଳିବା ପୂର୍ବରୁ ପୁରୁଷ ଦଳ ସେମାନଙ୍କ ମ୍ୟାଚ ଶେଷ କରି ଏକ ଭଲ କାମ କରିଥିଲେ।
ଏହା ପରେ ଇଂଲଣ୍ଡ କ୍ରିକେଟର୍‌ ରୋନି ବର୍ନସ ଆଲେକ୍ସଙ୍କୁ ଜବାବ ଦେଇ କହିଥିଲେ, ଏହା ଏକ ନିରାଶାଜନକ ଟୁଇଟ, ଆମ ଦଳ ମହିଳା କ୍ରିକେଟକୁ ବହୁତ ସମର୍ଥନ କରନ୍ତି ବୋଲି କହିଥିଲେ। ତେବେ ପରେ ବନର୍‌ସ ଏହି ଟୁଇଟକୁ ଡିଲିଟ କରିଦେଇଥିଲେ। ବନର୍‌ସଙ୍କ ଏହି ମନ୍ତବ୍ୟକୁ ବେନ ଷ୍ଟୋକ୍ସ ଏବଂ ଜେମ୍ସ ଆଣ୍ଡରସନ ମଧ୍ୟ ପସନ୍ଦ କରିଥିଲେ। ତେବେ ଏହା ପରେ ଆଲେକ୍ସ ସୋସିଆଲ ମିଡିଆରେ ଟ୍ରୋଲର ଟାର୍ଗେଟରେ ଆସିଥିଲେ। ଏକ ସାକ୍ଷାତକାରରେ ଆଲେକ୍ସ କହିଛନ୍ତି ଯେ ତାଙ୍କ ଟୁଇଟ୍‌କୁ ଭୁଲ ନଜରରେ ଦେଖାଯାଇଛି। ଏହି ଟୁଇଟ୍‌ ପରେ ତାଙ୍କୁ ସୋସିଆଲ ମିଡିଆରେ ହତ୍ୟା କରିବାର ଧମକ ମିଳିଛି। କିଛି ଲୋକ ମୋତେ ଜୀବନରୁ ମାରିଦେବାକୁ ଧମକ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri