ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଜନସାଧାରଣ, ବିଶେଷକରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ବ୍ୟତୀତ ଛାତ୍ରୀଛାତ୍ର, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆମ ରାଜ୍ୟରେ ଥିବା ସଂଗ୍ରହାଳୟଗୁଡ଼ିକ ଉପରେ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲାରେ ଅନେକ ସଂଗ୍ରହାଳୟ ରହିଛି। ଏଗୁଡ଼ିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri