ବିନା ମାସ୍କରେ ତାରାତାରିଣୀ ମନ୍ଦିର ପ୍ରବେଶ ମନା

ଛତ୍ରପୁର,୧୭ା୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ପର୍ବ ଲାଗି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି ଆସନ୍ତା ୨୨, ୨୯ ଏବଂ ଏପ୍ରିଲ ୫ ଓ ୧୨ ତାରିଖରେ ମା’ଙ୍କ ଚୈତ୍ର ପର୍ବ ପାଳନ ସକାଶେ ଅନୁମତି ଦେଇଛନ୍ତି। ଶ୍ରଦ୍ଧାଳୁମାନେ ଯେଭଳି ବିନା ଦ୍ୱିଧାରେ ମା’ଙ୍କର ଦର୍ଶନ କରିପାରିବେ ସେଥିସକାଶେ ସମସ୍ତ ଆୟୋଜନ କରିବାକୁ ଜଣାଇଥିଲେ।
କରେନା କଟକଣା ଯୋଗୁ ଗତ ୨ବର୍ଷ ହେଲା ମା’ଙ୍କ ଯାତ୍ରାକୁ ଶ୍ରଦ୍ଧାଳୁମାନେ ଆସିପାରୁ ନ ଥିଲେ। ଚଳିତବର୍ଷ ଚୈତ୍ର ମଙ୍ଗଳବାରଗୁଡିକରେ ପୀଠରେ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି। ତେଣୁ ଭକ୍ତଙ୍କ ସୁବିଧା ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ପାହାଚ ରାସ୍ତା, ରୋପ୍‌ୱେ ଏବଂ ଘାଟି ରାସ୍ତାରେ ବସ୍‌ ଯୋଗେ ମନ୍ଦିର ନିକଟକୁ ଯାଇହେବ। ଜିଲାରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ବିନା ମାସ୍କରେ କାହାକୁ ମନ୍ଦିରରେ ପ୍ରବେଶ ଅନୁମତି ଦିଆଯିବ ନାହିଁ। ଅସୁସ୍ଥ ଓ ବୟସ୍କ ବ୍ୟକ୍ତି କିମ୍ବା କୋଭିଡ୍‌ ଲକ୍ଷଣ ଥିବା ବ୍ୟକ୍ତି ମନ୍ଦିର ନ ଆସିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିର ନିକଟରେ କୌଣସି ପୂଜା ସାମଗ୍ରୀ ବିକ୍ରି ନ ହୋଇ ପାହାଡ ପାଦଦେଶରେ ନିର୍ଦ୍ଧାରିତ ସ୍ଥାନରେ ବିକ୍ରି କରିବାକୁ ଅନୁମତି ମିଳିବ। ପାହାଡ଼ ପାଦଦେଶରେ ଏବଂ ମନ୍ଦିର ନିକଟରେ ସ୍ବାସ୍ଥ୍ୟ ବିଭାଗ ଦଳ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟସେବା ଯୋଗାଇବେ। ପୋଲିସ ଟିମ୍‌ ଆଇନ ଶୃଙ୍ଖଳା ରକ୍ଷା କରିବେ। ମନ୍ଦିର ଉପରକୁ କୌଣସି ଯାନବାହନ ଯିବନାହିଁ। ଯାତ୍ରୀମାନେ ନିଜ ଯାନବାହନ ପାର୍କିଂ ସ୍ଥଳରେ ରଖି ପାହାଡ ତଳୁ ବସ୍‌ରେ ଟିକେଟ କାଟି ମନ୍ଦିର ନିକଟକୁ ଯାଇ ମା’ଙ୍କ ଦର୍ଶନ କରିବେ। ସେବାୟତଙ୍କ ଯାତାୟାତ ସକାଶେ ସ୍ବତନ୍ତ୍ର ବ୍ୟବସ୍ଥା ରହିବ। ପାହାଚ ରାସ୍ତା, ପାର୍କିଂସ୍ଥଳ ଏବଂ ରାସ୍ତାରେ ପାନୀୟଜଳ ବ୍ୟବସ୍ଥା ଓ ଆଲୋକୀକରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିର ପରିସରରେ ପଲିଥିନ ବ୍ୟବହାର ବାରଣ କରାଯାଇଛି। ଭକ୍ତଙ୍କ ସୁବିଧା ନିମନ୍ତେ ବ୍ରହ୍ମପୁର ମହାନଗର ନିଗମ ତରଫରୁ ମନ୍ଦିର ନିକଟରେ ଏବଂ ପାହାଡ଼ ପାଦଦେଶରେ ଭ୍ରାମ୍ୟମାଣ ଶୌଚାଳୟ ବ୍ୟବସ୍ଥା କରାଯିବ। ମନ୍ଦିର ତରଫରୁ ଖେଚୁଡି ବିକ୍ରି ହେବ। ଭକ୍ତମାନେ ତାହା କିଣିନେବେ। ହେଲେ ମନ୍ଦିର ନିକଟରେ ଖାଇବାକୁ ମନା କରାଯାଇଛି। ଚଳିତବର୍ଷ ମାନସିକଧାରୀମାନେ ସେମାନଙ୍କ ଶିଶୁଙ୍କ ମୁଣ୍ଡନ କରାଇପାରିବେ। ମୁଣ୍ଡନ ସକାଶେ ଜଣ ପ୍ରତି ୫୦ଟଙ୍କା ଫି’ ରଖାଯାଇଛି। ସାଂସ୍କୃତିକ ଦଳଗୁଡ଼ିକ ଦ୍ୱାରା ପାରମ୍ପରିକ ଲୋକନୃତ୍ୟ ଓ ଲୋକକଳା ପ୍ରଦର୍ଶିତ ହେବ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସଚ୍ଚିଦାନନ୍ଦ ନାୟକ, ଛତ୍ରପୁର ଉପଜିଲାପାଳ ନୀଳମାଧବ ଭୋଇ, ପୁରୁଷୋତ୍ତମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ବେହେରା, ତହସିଲଦାର ନୀତୀଶ ତ୍ରିପାଠୀ, ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟରଞ୍ଜନ ଛୋଟରାୟ, ସମସ୍ତ ଜିଲାସ୍ତରୀୟ ଅଧିକାରୀ, ମନ୍ଦିର ଟ୍ରଷ୍ଟର କାର୍ଯ୍ୟ ନିର୍ବାହୀ ଅଧିକାରୀ ଟି.କେ. ରେଡ୍ଡୀ, ତାରାତାରିଣୀ ଉନ୍ନୟନ ପରିଷଦର ସମ୍ପାଦକ ତଥା ଟ୍ରଷ୍ଟ ବୋର୍ଡର ସଭ୍ୟ ପ୍ରମୋଦ କୁମାର ପଣ୍ଡା, ସେବାୟତ ସନତ ରଣା, ତପନ କୁମାର ରଣା ଏବଂ ବାପୁଜୀ ରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri