ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି ଭିଲାର ଏମ୍‌ଆଇଜି-୧୦ରେ ରହୁଥିବା ପ୍ରଶାନ୍ତ କୁମାର ମହାନ୍ତି(୩୭)। ତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଦଫା ୪୦୬, ୪୨୦, ୪୬୭, ୪୬୮, ୪୭୧, ୧୨୦-ବି’ ରେ ମାମଲା ନଂ-୧୭/୨୦ ରୁଜୁ କରି କଟକ ଓପିଆଇଡି କୋର୍ଟକୁ ଚାଲାଣ କରିଛି।
ସୂଚନା ଅନୁଯାୟୀ, ମଲ୍ଟି ଲେଭଲର କ୍ୟୁ ନେଟ୍‌ କମ୍ପାନୀ ହଂକଂରେ ପଞ୍ଜୀକୃତ ହୋଇ ପ୍ରଥମେ କାର୍ଯ୍ୟ ଆରମ୍ଭ କରିଥିଲା। ଏହାପରେ ଭାରତକୁ ବିହାନ ଡାଇରେକ୍ଟ ସେଲିଂ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ନାମ ସଂସ୍ଥା ଉକ୍ତ କମ୍ପାନୀକୁ ଫ୍ରାଞ୍ଚାଇଚ୍‌ ଭାବେ ଆଣିଥିଲା। ଓଡ଼ିଶାରେ ଉକ୍ତ କମ୍ପାନୀର ଉଚ୍ଚପଦପଦବୀରେ ରହି କାର୍ଯ୍ୟ କରୁଥିବା ଚନ୍ଦନ କୁମାର ମହାଲିକ, ଶରତ ପରିଡା, ଦେବବ୍ରତ ହରିଚନ୍ଦନ, ପ୍ରଶାନ୍ତ କୁମାର ମହାନ୍ତି ଏବଂ ଅନ୍ୟମାନେ ବେଆଇନ ଭାବେ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିଲେ। ଲୋଭନୀୟ ସ୍କିମ୍‌ ଜରିଆରେ ଲୋକଙ୍କୁ ବିଭିନ୍ନ ସାମଗ୍ରୀ ଦେବା ସହ ଚେନ୍‌ ସିଷ୍ଟମ କରି ଲୋକଙ୍କଠାରୁ ଟଙ୍କା ଲୁଟୁଥିଲେ। ଲୋଭରେ ପଡ଼ି ଟଙ୍କା ଜମା କରିଥିବା ଲୋକେ ପରବର୍ତ୍ତୀ ସମୟରେ ଚୁକ୍ତି ଅନୁସାରେ କିଛି ବି ପାଇ ନ ଥିଲେ। ଏ ନେଇ ୧.୨ କୋଟି ଜମା କରି ଠକେଇର ଶିକାର ହୋଇଥିବା ୩୧ଜଣ ବ୍ୟକ୍ତି ୨୦୧୭ରେ ଇଓଡବ୍ଲ୍ୟୁରେ ଅଭିଯୋଗ କରିଥିଲେ। ଇଓଡବ୍ଲ୍ୟୁ ମାମଲା ରୁଜୁ କରି ତଦନ୍ତ କରିଥିଲା। ଏହି ସଂସ୍ଥା ଭାରତରୁ ୫ ହଜାର କୋଟି ଟଙ୍କା ଠକେଇ କରିଥିବା ଜଣାପଡିଥିଲା। ୨୦୧୯ ଅକ୍ଟୋବର ୧ରେ କମ୍ପାନୀର ନିର୍ଦ୍ଦେଶକ ଓ ଅନ୍ୟ ପଦପଦବୀରେ ଥିବା ଶରତ ପରିଡା, ଦେବବ୍ରତ ହରିଚନ୍ଦନ, ଚନ୍ଦନ କୁମାର ମହାଲିକ ଗିରଫ ହୋଇଥିଲେ। ହେଲେ ପ୍ରଶାନ୍ତ କୁମାର ମହାନ୍ତି ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri