ପୁଣି ଲାଗୁହେଲା ମହାମାରୀ ଆଇନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ପୁଣିଥରେ ମହାମାରୀ ଆଇନ ଶନିବାର ଲାଗୁ କରିଛନ୍ତି। କୋଭିଡ୍‌ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ୨୦୨୦ ମାର୍ଚ୍ଚ ୧୩ ତାରିଖରେ ଏହାକୁ ମହାମାରୀ ଭାବେ ରାଜ୍ୟ ସରକାର ଘୋଷଣା କରିଥିଲେ। ସଂକ୍ରମଣ ମାମଲା ହ୍ରାସ ପାଇବା ପରେ ଗତ ମାର୍ଚ୍ଚ ୨୮ରେ ରାଜ୍ୟ ସରକାର ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ରୁ ‘କୋଭିଡ୍‌’କୁ ମହାମାରୀରୁ ବାଦ୍‌ ଦେବା ନେଇ ବିଜ୍ଞପ୍ତି ଜାରି କରିଥିଲେ।
ସ୍ବାସ୍ଥ୍ୟ ବିଭାଗରୁ ମିଳୁଥିବା ସୂଚନାନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ଜଣ ନୂଆ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରେ ଖୋର୍ଦ୍ଧାରୁ ୨୭ଜଣ ହୋଇଥିବା ବେଳେ ପୁରୀରୁ ୩, କଟକରୁ ୨ ଓ ରାଜ୍ୟ ପୁଲ୍‌ରୁ ୬ଜଣ ରହିଛନ୍ତି। ରାଜ୍ୟରେ ଏବେ ୨୦୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୋଭିଡ୍‌ ସଂକ୍ରାନ୍ତ ମାନବସମ୍ବଳ ବାବଦ ଖର୍ଚ୍ଚକୁ ପବ୍ଲିକ ହେଲଥ ରେସପନ୍ସ ଫଣ୍ଡ (ପିଏଚ୍‌ଆର୍‌ଏଫ୍‌)ରୁ ତୁଲାଇବାକୁ ଜିଲାପାଳମାନଙ୍କୁ କୁହାଯାଇଛି। ଓଡ଼ିଶା ରାଜ୍ୟ ଔଷଧ ନିଗମ ପ୍ରତିମାସରେ ନିଜର ଚେନ୍‌ ମାଧ୍ୟମରେ ଜିଲାଗୁଡ଼ିକୁ ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌, ଭିଟିଏମ୍‌ ଓ ଆର୍‌ଟିପିସିଆର୍‌ କିଟ୍‌ ଯୋଗାଣ ସୁନିଶ୍ଚିତ କରିବେ। ଯଦି ଜିଲାସ୍ତରରେ ଏହି ଉପକରଣ ଅଭାବ ପଡ଼େ ତା’ହେଲେ ସମ୍ପୃକ୍ତ ଔଷଧ ନିଗମର ଜେନେରାଲ ମ୍ୟାନେଜରଙ୍କ ସହ ଯୋଗାଯୋଗ କରି ଭୁବନେଶ୍ୱରକୁ ଗାଡ଼ି ପଠାଇ ଏସବୁ ଉପକରଣ ସଂଗ୍ରହ କରିବାକୁ ସ୍ବାସ୍ଥ୍ୟ ବିଭାଗ କହିଛି। କୋଭିଡ୍‌ ସର୍ଭିଲାନ୍ସ ଓ ଟେଷ୍ଟିଂ ପାଇଁ ପ୍ରତ୍ୟେକ ଜିଲାରେ ଗୋଟିଏ ଗାଡ଼ି (୬ ବ୍ଲକରୁ ଅଧିକ ହେଲେ ୨ଟି ଗାଡ଼ି) ନିୟୋଜିତ କରିବାକୁ ବିଭାଗ କହିଛି। ଅନ୍ୟ ଗାଡ଼ିଗୁଡ଼ିକ ଜିଲା ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଅନୁସାରେ ଉପଯୋଗ ହେବ। ଯଦି ଅଧିକ ସଂଖ୍ୟକ ଗାଡ଼ି ଭଡ଼ାରେ ଆସିଥିବ ସେଗୁଡ଼ିକୁ ତୁରନ୍ତ ହଟାଇବାକୁ କୁହାଯାଇଛି।
ଜିଲାଗୁଡ଼ିକରେ ସଂକ୍ରମଣ ମାମଲା ବୃଦ୍ଧି ପାଇବାର ଆଶଙ୍କାକୁ ଦୃଷ୍ଟିରେ ରଖି ଆଇସିଏମ୍‌ଆର୍‌ ଗାଇଡଲାଇନ୍‌ ଅନୁସାରେ ଆବଶ୍ୟକ ସଂଖ୍ୟକ ଟେଷ୍ଟିଂ କରିବାକୁ କୁହାଯାଇଛି। ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ଓ ଆର୍‌ଟିପିସିଆର୍‌ ଟେଷ୍ଟ ନିମନ୍ତେ ସ୍ବାବ ସଂଗ୍ରହର ସୁବିଧା ସହ ଏ ନେଇ କର୍ମଚାରୀଙ୍କୁ ପ୍ରଶିକ୍ଷିତ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାସ୍ତରରେ ସମସ୍ତ କୋଭିଡ୍‌ ସଂକ୍ରାନ୍ତ ତଥ୍ୟ ଅନ୍‌ଲାଇନରେ ଅପଲୋଡ୍‌ ଜାରି ରଖିବାକୁ କୁହାଯାଇଛି। ସ୍ବାସ୍ଥ୍ୟ ବିଭାଗର କୋଭିଡ୍‌ ସଂକ୍ରାନ୍ତ ଦୈନିକ ଟୁଇଟ୍‌ ଓ ପ୍ରେସ୍‌ ନୋଟ୍‌ ଜାରି ରହିବ। ଗାଇଡଲାଇନ୍‌ ଅନୁସାରେ କୋଭିଡ୍‌ ମୃତ୍ୟୁ ଅଡିଟ୍‌ ଜାରି ରଖିବା ସହିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ମହାମାରୀ ଆଇନ ବଳବତ୍ତର ରହିବା ନେଇ ସ୍ବାସ୍ଥ୍ୟ ବିଭାଗ ତା’ର ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?