Posted inଫୁରସତ

ଆଗ୍ନେୟଗିରିରୁ ଉଦ୍‌ଗିରଣ ହେଉଛି ଘନନୀଳ ରଙ୍ଗ ଲାଭା: ଲୋକେ ଆତଙ୍କିତ

ଜାକର୍ତ୍ତା, ୧୩।୭: ଇଣ୍ଡୋନେସିଆର ଏକ ଆଗ୍ନେୟଗିରିରୁ ଘନନୀଳ ରଙ୍ଗର ଲାଭା ଉଦ୍‌ଗିରଣ ହେବାରେ ଲାଗିଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲାଭାର ରଙ୍ଗ ସାଧାରଣତଃ ଲାଲ ରହୁଥିବାବେଳେ ଏଭଳି ରଙ୍ଗ ନେଇ ଲୋକେ ନାନା ପ୍ରକାରଣ ଆଶଙ୍କା ମଧ୍ୟରେ ରହୁଛନ୍ତି। ସୋସିଆଲ୍‌ ମିଡ଼ିଆରେ ଲାଭାର ରଙ୍ଗକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଉଦ୍‌ଗିରଣ ହେଉଥିବା ଘନନୀଳ ରଙ୍ଗର ଲାଭାର ଭିଡ଼ିଓ ଏବଂ ଫଟୋକୁ ୟୁଜର ଶେୟାର କରି ଚାଲିଛନ୍ତି। କାଓ୍ବାହ ଲିଜେନ୍‌ ଆଗ୍ନେୟଗିରି ଉଦ୍‌ଗିରଣ ହେବା ପରେ ଏଥିରୁ ଏଭଳି ରଙ୍ଗର ଲାଭା ବାହାରିଛି। ଅବତାର ଫିଲ୍ମ ଭଳି ଲାଭା ରଙ୍ଗ ଦେଖାଯାଉଥିବା ସୋସିଆଲ୍‌ ମିଡ଼ିଆରେ ୟୁଜରମାନେ ମତ ଦେଇଛନ୍ତି। ପ୍ୟାରିସ୍‌ର ଫଟୋଗ୍ରାଫର ଓଲିଭର୍‌ ଗ୍ରୁନଓ୍ବୋଲ୍ଡ୍‌ ଆଗ୍ନେୟଗିରି ଉଦ୍‌ଗିରଣର ଫଟୋ ଶେୟାର କରିଛନ୍ତି। ସେ କହିଛନ୍ତି ଯେ, ଅତ୍ୟଧିକ ସଲଫ୍ୟୁରିକ୍‌ ଗ୍ୟାସ୍‌ ଆଗ୍ନେୟଗିରିରୁ ଉଦ୍‌ଗିରଣ ହେଉଥିବାରୁ ରଙ୍ଗ ଏଭଳି ଘନନୀଳ ରଙ୍ଗ ଧାରଣ କରିଛି। ତରଳ ସଲଫର ଲାଭା ଭଳି ପାହାଡ଼ ତଳକୁ ବହି ଆସୁଥିବା ସେ କହିଛନ୍ତି। ଏଡ଼େ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। ରାତିରେ ଏହି ଘନନୀଳ ରଙ୍ଗ ବେଶ୍‌ ଆକର୍ଷଣୀୟ ଏବଂ ସୁନ୍ଦର ଦେଖା ଯାଉଥିବା ସେ ପ୍ରକାଶ କରିଛନ୍ତି। ରାତି ଅନ୍ଧାରରେ ଏହା ଚକମକ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?