ଇଏସ୍‌ଆଇ ଡାକ୍ତରଖାନାରେ ୫୫ ଡାକ୍ତର ନିଯୁକ୍ତ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ନବନିଯୁକ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ଆୟୋଜିତ କର୍ମଶାଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ରାଜ୍ୟରେ ଥିବା ଇଏସ୍‌ଆଇ ହସ୍ପିଟାଲରେ ୫୫ ଜଣ ଡାକ୍ତର ଓ ୫୯ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ପାଇଛନ୍ତି। ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୀମାଭୁକ୍ତ ୮ ଲକ୍ଷ ଲୋକଙ୍କ ପାଇଁ ଏହି ନିଯୁକ୍ତି ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବାରେ ଏକ ବଡ଼ ପଦକ୍ଷେପ। କେବିକେ ଏବଂ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟ ସରକାର ଆର୍ଥିକ ଏବଂ ଅଣଆର୍ଥିକ ପ୍ରୋତ୍ସାହନ ସକାଶେ ନୀତି ଆଣିବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଲୋକଙ୍କଠାରୁ ମିଳିଥିବା ମତାମତରୁ ଜଣାପଡ଼ିଛି ଯେ, ୯୨% ଲୋକ ସରକାରୀ ଡାକ୍ତରଖାନାରେ ମିଳୁଥିବା ସ୍ବାସ୍ଥ୍ୟସେବାକୁ ନେଇ ସନ୍ତୁଷ୍ଟ। ଲୋକମାନେ ଡାକ୍ତରଙ୍କୁ ସେମାନଙ୍କ ଜୀବନରେ ଭଗବାନ ବୋଲି ମାନିଥାଆନ୍ତି। ନୂଆ ନିଯୁକ୍ତି ପାଇଥିବା ଡାକ୍ତରମାନେ ଲୋକଙ୍କ ଆକାଂକ୍ଷା ପୂରଣ କରିବା ସହ ଓଡ଼ିଶାକୁ ଏକ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଣ ରାଜ୍ୟରେ ପରିଣତ କରିବା ପାଇଁ ଉଦ୍ୟମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି ଯେ, ରାଜ୍ୟରେ ଆଉ ୪ଟି ଇଏସ୍‌ଆଇ ହସ୍ପିଟାଲ ଓ ୧୨ଟି ଡିସ୍‌ପେନ୍‌ସାରୀ ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଇଏସ୍‌ଆଇ ହସ୍ପିଟାଲ ସମଗ୍ର ରାଜ୍ୟରେ ସ୍ବାସ୍ଥ୍ୟସେବା ଯୋଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ବିଭାଗୀୟ ସଚିବ ଚିତ୍ରା ଅରୁମଗମ ସ୍ବାଗତ ଭାଷଣ ଦେଇଥିବା ବେଳେ ଇଏସ୍‌ଆଇ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri