ବିଧାନସଭା ଡିଜିଟାଇଜେଶନ ଲାଗି ୩.୮ କୋଟି ବ୍ୟୟ ଅଟକଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ବିଧାନସଭା ବୈଠକର ସମସ୍ତ ଆଲୋଚନାର ବିବରଣୀ ଏବଂ ବିଭିନ୍ନ କମିଶନର ରିପୋର୍ଟ ଡିଜିଟାଇଜେଶନ କରିବା ନିଷ୍ପତ୍ତି ପରିପ୍ରେକ୍ଷୀରେ ଏ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟକ୍ରମ ଉପରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟକୁ ୩.୮ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତାବ ପ୍ରଦାନ କରାଯାଇଛି। ବର୍ତ୍ତମାନ ମନ୍ତ୍ରଣାଳୟ ତରଫରୁ ୫୦ ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବୈଠକରେ ହୋଇଥିବା ଆଲୋଚନା ମୁତାବକ, ବିଧାନସଭାରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଲୋଚନାର ପ୍ରାୟ ୧୦ ହଜାର ନଥି ନଷ୍ଟ ହେବା ଅବସ୍ଥାକୁ ଆସିଗଲାଣି। ସେଗୁଡ଼ିକର ପୁନରୁଦ୍ଧାର କରାଯିବା ନିତାନ୍ତ ଆବଶ୍ୟକ। ସେହିପରି ରେକର୍ଡ ମାନୁଆଲ ଅନୁଯାୟୀ ବିଧାନସଭା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌ଗୁଡ଼ିକର ମଧ୍ୟ ଡିଜିଟାଇଜେଶନ କରାଯିବ। ଏହାସହ ବିଧାନସଭା ଗ୍ରନ୍ଥାଗାରର ସମସ୍ତ ପୁସ୍ତକ ମଧ୍ୟ ଇ-ମୋଡ୍‌ରେ ସ୍ଥାନିତ କରାଯିବ। ଫାଇଲ୍‌ଗୁଡ଼ିକର ସ୍କାନିଂ ପାଇଁ ଓକାକ୍‌ ମାଧ୍ୟମରେ ଟେଣ୍ଡର ଆହ୍ବାନ କରାଯିବା ନେଇ ନିଷ୍ପତ୍ତି ହୋଇଛି। ବିଧାନସଭା ତଥ୍ୟର ଡିଜିଟାଇଜେଶନ ପାଇଁ ପୁଣେ ଏବଂ ହାଇଦ୍ରାବାଦର ୨ଟି ପ୍ରତିଷ୍ଠିତ ଏବଂ ଆଇଟି ସଂସ୍ଥା ସହ ଆଲୋଚନା କରାଯାଇ ଏ ସମ୍ପର୍କିତ ବିସ୍ତୃତ ବିବରଣୀ ପ୍ରଦାନ ଲାଗି ସମ୍ପୃକ୍ତ ସଂସ୍ଥାଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri