ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସାରିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦୁଇଦିନ ମଧ୍ୟରେ ସମସ୍ତ ଇଭିଏମ୍‌ରେ କମିଶନିଂ ହୋଇ ପାରି ନ ଥିଲା। ଶନିବାର ହୋଲି ଥିବାରୁ ରବିବାର ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୨୩ ତାରିଖରେ ଇଭିଏମ୍‌ଗୁଡିକ ମହାନଗରର ବିଭିନ୍ନ ବୁଥ୍‌କୁ ସ୍ଥାନାନ୍ତର କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି। ମେୟର ପଦବୀରେ ୧୨ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ କର୍ପୋରେଟର ପାଇଁ ୨୯୦ଜଣ ପ୍ରାର୍ଥୀ ଅଛନ୍ତି। ସମୁଦାୟ ୭୦୫ଟି ବୁଥ୍‌ରେ ଏ ନେଇ ମତଦାନ ହେବାକୁ ଯାଉଛି। ପ୍ରତି ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ଆବଶ୍ୟକ ହେବ। ତେଣୁ ୧୪୧୦ ଇଭିଏମ୍‌ ଆବଶ୍ୟକ ହେବାକୁ ଥିବାବେଳେ ଅତିରିକ୍ତ ଭାବେ ୧୦ ପ୍ରତିଶତ ଅର୍ଥାତ୍‌ ୧୪୦ଟି ଇଭିଏମ୍‌ ଆସିଥିବା ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ଖୋର୍ଦ୍ଧାରୁ ଇଭିଏମ୍‌ ଆସିବା ପରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ କଡ଼ା ସୁରକ୍ଷାରେ ଏହାକୁ ରଖାଯାଇଥିଲା। ପ୍ରଥମ ଦିନରେ ମେୟର ପଦବୀ ପାଇଁ ଆସିଥିବା ଇଭିଏମ୍‌ଗୁଡିକରେ କମିଶନିଂ ହୋଇଥିଲା। ତେଣୁ ୨ଦିନ ମଧ୍ୟରେ ଏତେ ସଂଖ୍ୟକ ପ୍ରାର୍ଥୀଙ୍କ ନାମ, ଦଳ ଏବଂ ଚିହ୍ନକୁ ନିର୍ଭୁଲ ଭାବେ ମେଶିନ୍‌ରେ ସ୍ଥାନିତ କରାଯିବା ସହ ବାଲାଟ୍‌ ୟୁନିଟକୁ ସେଟିଂ କରାଯାଇ ପାରି ନ ଥିଲା। ଏଥିପାଇଁ ଅଧିକ ସମୟ ଲାଗିଥିଲ। ଏହି କାର୍ଯ୍ୟରେ ପ୍ରାୟ ୧୪୦ଜଣ ଅଧିକାରୀ ନିୟୋଜିତ ଥିଲେ। ସିସିଟିଭି ନଜରରେ ସମସ୍ତ କାର୍ଯ୍ୟ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?