‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’

ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ଏବଂ ସିଦ୍ଧେଶ୍ୱର ଗ୍ରାମ ଗଣିଆ ନାଳ ଛକ ଠାରେ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ଆମ ସଂକଳ୍ପ ନିଶା ନୁହେଁ ଜୀବନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପାଲା ଓ ଦାସକାଠିଆ ମାଧ୍ୟମରେ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୋଧରେ ଲୋକଙ୍କୁ ସଚେତନ କରାଯାଇଥିଲା। ଏଥିରେ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା, ଦିଗପହଣ୍ଡି ଅବକାରୀ ଥାନା ଓଆଇସି ଅନୀତା ପ୍ରଧାନ, ଏଏସଆଇ ଏନ. ତ୍ରିପତି, କନଷ୍ଟେବଳ ନୀର ବେହେରା, ରାଜେଶ ଜେନା ଏବଂ ଏସ.କେ.ରାଜେଶଉଦ୍ଦିନ ଉପସ୍ଥିତ ଥିଲେ। ସଚେତନତା ସଭାରେ ଅବକାରୀ ଇନ୍ସପେକ୍ଟର ଉଦବୋଧନ ଦେଇ ଯୁବ ସମାଜ ନିଶାଦ୍ରବ୍ୟ ଓ ଅପମିଶ୍ରିତ ମାଦକଦ୍ରବ୍ୟ ସେବନରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ। ମେ ୩୧ ରୁ ଅବକାରୀ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସଚେତନତା ଅଭିଯାନ ଆସନ୍ତା ୨୭ ଯାଏ ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri