ଆଜି ବିଧାନସଭାରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍‌

ଭୁବନେଶ୍ୱର, ୩୧ା୩(ବ୍ୟୁରୋ):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରିବେ। ଏହା ପୂର୍ବରୁ କେତେକ ପ୍ରମୁଖ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବା ପରେ ବୁଧବାର ୨୫ଟି ବିଭାଗର ଖର୍ଚ୍ଚ ଦାବି ଗିଲୋଟିନରେ ପାରିତ ହୋଇଛି। ଆସନ୍ତା ଆର୍ଥିକବର୍ଷ ସକାଶେ ରାଜ୍ୟ ସରକାର ୨ ଲକ୍ଷ ୩୦ ହଜାର କୋଟିର ବଜେଟ ପ୍ରସ୍ତୁତ କରିଛନ୍ତି। ଗତ ଆର୍ଥିକବର୍ଷ ତୁଳନାରେ ବଜେଟର ଆକାର ୩୦ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ବଜେଟରେ ସ୍ବାସ୍ଥ୍ୟ, କୃଷି, ଶିକ୍ଷା, ପାନୀୟ ଜଳ, ମିଶନ ଶକ୍ତି, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ, ଭିତ୍ତିଭୂମି ଉନ୍ନୟନ, ଜନଜାତି ବିକାଶ, ପୁଞ୍ଜିନିବେଶ ଉପରେ ଗୁରୁତ୍ୱ ଦିଆଯାଇଛି। ଆସନ୍ତାବର୍ଷ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଯୁବ, ମହିଳା, ଚାଷୀ, ଉଦ୍ୟୋଗୀ, ଏସ୍‌ସି/ଏସ୍‌ଟି ବର୍ଗଙ୍କୁ ଆକୃଷ୍ଟ କରିବାକୁ ବଜେଟରେ ମାଳମାଳ ନୂଆ ଯୋଜନା କରାଯାଇଛି। ରାଜ୍ୟ ସରକାର ବଜେଟରେ ୨୪ଟି ନୂଆ ଯୋଜନା ପାଇଁ ବ୍ୟୟବରାଦ କରିଛନ୍ତି। ସେଥିରେ ୮ଟି ମୁଖ୍ୟମନ୍ତ୍ରୀ ଯୋଜନା ରହିଛି। ଏ ସମସ୍ତ ଯୋଜନା ପାଇଁ ବଜେଟରେ ୭ ହଜାର ୪୦୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri