Posted inଜାତୀୟ

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌) ଅଧୀନରେ ଗଠିତ ବିଶେଷଜ୍ଞ କମିଟି ସତର୍କ କରାଇଦେଇଛି। ତୃତୀୟ ଲହରରେ ବୟସ୍କଙ୍କ ସମେତ ପିଲାମାନେ ଅଧିକ ସଂକ୍ରମିତ ହେବା ସମ୍ଭାବନା ଥିବାରୁ ଏଥିପାଇଁ ଉପଯୁକ୍ତ ମେଡିକାଲ ପ୍ରସ୍ତୁତି କରିବାକୁ କମିଟି ପରାମର୍ଶ ଦେଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶରେ ଗଠିତ ଉକ୍ତ କମିଟି ଶିଶୁରୋଗ ବିଭାଗରେ ଡାକ୍ତର, କର୍ମଚାରୀ, ଭେଣ୍ଟିଲେଟର, ଆମ୍ବୁଲାନ୍ସ ଇତ୍ୟାଦି ପ୍ରସ୍ତୁତ କରି ରଖିବାକୁ କହିଛି। କମିଟି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ରିପୋର୍ଟ ଦାଖଲ କରିଛି।
ଶିଶୁ, ବିଭିନ୍ନ ରୋଗ ଥିବା ବ୍ୟକ୍ତି ଏବଂ ଭିନ୍ନକ୍ଷମଙ୍କୁ ଟିକା ଦେବାକୁ ପ୍ରାଥମିକତା ଦେବା ଲାଗି ରିପୋର୍ଟରେ କୁହାଯାଇଛି। ଶିଶୁମାନଙ୍କୁ କୋଭିଡ୍‌ ଟିକା ଦିଆଯାଇ ନ ଥିବାରୁ ସେମାନଙ୍କ ପ୍ରତି ତୃତୀୟ ଲହର ଅଧିକ ବିପଦ ଆଣିପାରେ ବୋଲି ଅଧିକାଂଶ ବିଶେଷଜ୍ଞ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri